ଓଡିଶା

୧୨ଟା ପର୍ଯ୍ୟନ୍ତ  ଗୃହ ମୁଲତବୀ 

(ଭୁବନେଶ୍ୱର) : ଆଦିବାସୀ ଜମି ହସ୍ତାନ୍ତର ଅଧ୍ୟାଦେଶ କ୍ୟାବିନେଟରେ ପାରିତ ହେବା ଓ ସ୍ଥଗିତ ରଖିବାକୁ ନେଇ ବିଧାନସଭାରେ ଆଜି ବିରୋଧୀ ଦଳର ସଦସ୍ୟମାନେ ହଟ୍ଟଗୋଳ କରିଛନ୍ତି। ବିଧାନସଭାରେ ପ୍ରଶ୍ନକାଳ ଆରମ୍ଭରୁ ବାଚସ୍ପତିଙ୍କ ପୋଡ଼ିୟମ ତଳେ ଉଭୟ ବିଜେପି ଓ କଂଗ୍ରେସର ସଦସ୍ୟମାନେ ହଟ୍ଟଗୋଳ କରିଛନ୍ତି। ବିଜେପି ସଦସ୍ୟ ଆଦିବାସୀ କପଡ଼ାରେ ବୁଣା ଯାଇଥିବା ଉତ୍ତରୀୟ ପକେଇ ଗୃହକୁ ପ୍ରବେଶ କରିଥିଲେ। ଏହାପରେ ଗୃହକୁ ୧୨ଟା ପର୍ଯ୍ୟନ୍ତ ମୁଲତବୀ ଘୋଷଣା କରିଛନ୍ତି ବାଚସ୍ପତି ପ୍ରମିଳା ମଲ୍ଲିକ।

ସୂଚନାନୁଯାୟୀ , ଗତକାଲି  ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପୂର୍ବତନ ବାଚସ୍ପତି ମହେଶ୍ୱର ମହାନ୍ତି, ପୂର୍ବତନ ଉପ ମନ୍ତ୍ରୀ ସରସ୍ବତୀ ପ୍ରଧାନ, ପୂର୍ବତନ ସରକାରୀ ମୁଖ୍ୟ ସଚେତକ ଅଜୟ କୁମାର ଜେନା, ପୂର୍ବତନ ସଦସ୍ୟ ରବି ଦାସ, ପୂର୍ବତନ ସଦସ୍ୟ ଯୁଧିଷ୍ଠିର ସାମନ୍ତରାୟ, ପୂର୍ବତନ ଲାନସ ହାବିଲଦାର, ୬୨୦ଇ.ଏମ. ଇ. ବାଟାଲିୟନ ସରୋଜ କୁମାର ଦାସ, ପୂର୍ବତନ କନେଷ୍ଟବଳ, ୨୦୬ କୋବ୍ରା ବାଟାଲିୟନ, ବି.ଏସ.ଏଫ ପ୍ରକାଶ ଚନ୍ଦ୍ର ଶିଆଳଙ୍କ ଉଦ୍ଦେଶ୍ୟରେ ଶୋକ ପ୍ରସ୍ତାବ ଆଗତ କରିଥିଲେ । ଏହାକୁ ଉଭୟ ବିଜେପି ଓ କଂଗ୍ରେସ ସମର୍ଥନ କରିଥିଲେ ।

Related posts

ଧର୍ମେନ୍ଦ୍ର ପ୍ରଧାନଙ୍କ ଉପରେ ବର୍ଷିଲେ ପାଣ୍ଡିଆନ୍

mahabharatanews

୨୨୦ ଜଣ ଓଏଏସ ଅଫୀସରଙ୍କ ଅଦଳ ବଦଳ କରିଛନ୍ତି ରାଜ୍ୟ ସରକାର

mahabharatanews

କୋଭିଡ-୧୯ ପାଇଁ ନବରଙ୍ଗପୁର ଖ୍ରୀଷ୍ଟିୟାନ ହସ୍ପିଟାଲ ସହ ଏମଓୟୁ ସ୍ଵାକ୍ଷର

mahabharatanews