(ଭୁବନେଶ୍ୱର) : ଜୟନାରାୟଣ ମିଶ୍ରଙ୍କ ଆଗୁଆ ଜାମିନ୍ ଆବେଦନ ଖାରଜ । ମହିଳା ଆଇଆଇସିଙ୍କୁ ଦୁର୍ବ୍ୟବହାର ଏବଂ ତହସିଲଦାରଙ୍କୁ ଧମକ ଦେବା ମାମଲାରେ ଜୟନାରାୟଣ ମିଶ୍ରଙ୍କ ଆଗୁଆ ଜାମିନ୍ ଆବେଦନ ହାଇକୋର୍ଟରେ ଖାରଜ ହୋଇଯାଇଛି । ତେବେ ଗୋଟିଏ ମାମଲାକୁ ଖାରଜ କରାଯାଇଥିବା ବେଳେ ଅନ୍ୟଟିରେ ହସ୍ତକ୍ଷେପ କରିବେ ନାହିଁ ବୋଲି କୋର୍ଟଙ୍କ ପକ୍ଷରୁ ସ୍ପଷ୍ଟ କରାଯାଇଛି । କ୍ଷେତରାଜପୁର ଥାନା ମମଲାରେ ଆଗୁଆ ଜାମିନ ଆବେଦନର ଶୁଣାଣି କରି ହାଇକୋର୍ଟ ହସ୍ତକ୍ଷେପ କରିବା ପାଇଁ ମନା କରିଦେଇଛନ୍ତି । ନିମ୍ନ ଅଦାଲତର ଆତ୍ମସମର୍ପଣ କରି ନୟମିତ ଜାମିନ ଆବେଦନ କରିବା ପାଇଁ କୋର୍ଟ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି ।
ସୂଚନାନୁଯାୟୀ , ଚଳିତ ମାସ ଫେବୃଆରି ୧୫ ତାରିଖରେ ସମ୍ବଲପୁର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସାମ୍ନାରେ ଆନ୍ଦୋଳନ ବେଳେ ଜଣେ ମହିଳା ପୋଲିସ ଅଧିକାରୀଙ୍କୁ ଜୟନାରାୟଣ ମିଶ୍ର ଆକ୍ରମଣ କରିଥିବା ଅଭିଯୋଗ ହୋଇଥିଲା ଯାହାର ଏକ ଭିଡିଓ ମଧ୍ୟ ସୋସିଆଲ ମିଡିଆରେ ଭାଇରାଲ ମଧ୍ୟ ହୋଇଥିଲା ।
