ଓଡିଶା

ଗୃହ ଅନିର୍ଦ୍ଧିଷ୍ଟ କାଳ ପାଇଁ ମୁଲତବୀ

(ଭୁବନେଶ୍ୱର) : ବିଧାନସଭା ଶୀତକାଳୀନ ଅଧିବେଶନ ମାତ୍ର ୪ ଦିନରେ ସରିଗଲା । ଆହୁରି ୨୬ଟି କାର୍ଯ୍ୟଦିବସ ବାକି ଥିବା ବେଳେ ବିଧାନସଭାକୁ ଅନିର୍ଦ୍ଧିଷ୍ଟ କାଳ ପାଇଁ ମୁଲତବୀ ଘୋଷଣା କରିଛନ୍ତି ବାଚସ୍ପତି । ଶାସକ ଦଳର ପ୍ରସ୍ତାବ ଆଧାରରେ ବାଚସ୍ପତି ଗୃହକୁ ମୁଲତବୀ କରିଛନ୍ତି । ଡିସେମ୍ବର ୩୦ ତାରିଖ ପର୍ଯ୍ୟନ୍ତ ବିଧାନସଭା ଶୀତ ଅଧିବେଶନ ଚାଲିବାକୁ ଧାର୍ଯ୍ୟ ଥିଲା । ଏହାର ଯଥେଷ୍ଟ ପୂର୍ବରୁ ବିଧାନସଭାକୁ ମୁଲତବୀ ଘୋଷଣା କରି ଦିଆଯାଇଛି ।

ସୂଚନାନୁଯାୟୀ , ଶୁକ୍ରବାର ବିଧାନସଭାକୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ମୁଲତବୀ ଘୋଷଣା କରିବାକୁ ମୋସନ ଆଣିଥିଲେ ସରକାରୀ ଦଳ ମୁଖ୍ୟ ସଚେତକ ପ୍ରଶାନ୍ତ ମୁଦୁଲି । ଯାହାକୁ କି ସମର୍ଥନ ଜଣାଇଥିଲେ ବିଜେଡି ବିଧାୟକ ଶଶୀଭୂଷଣ ବେହେରା ଓ ଭୁପିନ୍ଦର ସିଂ । ତେବେ ଆଗୁଆ ବିଧାନସଭା ବନ୍ଦ କରାଯିବା ନିଷ୍ପତ୍ତିକୁ ବିରୋଧ କରି ବିଜେପି ଓ କଂଗ୍ରେସର ସଦସ୍ୟମାନେ କକ୍ଷତ୍ୟାଗ କରିଥିଲେ ।

Related posts

ରେଙ୍ଗାଲି ବାମ ପାର୍ଶ୍ୱ ମୁଖ୍ୟ କେନାଲ ରାସ୍ତା ଶୁଭ ଭିତ୍ତି ପ୍ରସ୍ତର ସ୍ଥାପନ

mahabharatanews

କରୋନା ଆକ୍ରନ୍ତ ଚିହ୍ନଟ ସଟଡ଼ାଉନ ଘୋଷଣା କଲେ ସରପଞ୍ଚ

mahabharatanews

କମ୍ବଳ ବାଣ୍ଟି ନୂଆବର୍ଷ ପାଳିଲେ ନବରଙ୍ଗପୁର ଏସପି

mahabharatanews