(ଭୁବନେଶ୍ୱର) : ଉତ୍ତରାଖଣ୍ଡ ଉତ୍ତରକାଶୀରେ ଟନେଲ ମଧ୍ୟରେ ଫସି ରହିଥିବା ଶ୍ରମିକଙ୍କ ପରିବାର ସଦସ୍ୟମାନେ 5T ତଥା ନବୀନ ଓଡିଶା ଅଧ୍ୟକ୍ଷ ଶ୍ରୀ ଭି.କେ. ପାଣ୍ଡିଆନଙ୍କୁ ନବୀନ ନିବାସରେ ଭେଟିଛନ୍ତି । ମୁଖ୍ୟମନ୍ତ୍ରୀ ଙ୍କ ନିର୍ଦ୍ଦେଶ ରେ ଶ୍ରମିକଙ୍କ ପରିବାର ସଦସ୍ୟ ମାନଙ୍କୁ ରାଜ୍ୟ ସରକାର ଉତ୍ତରକାଶୀକୁ ନେବା ପାଇଁ ସମସ୍ତ ବ୍ୟବସ୍ଥା କରିଛନ୍ତି ।
ସୂଚନାନୁଯାୟୀ , ସେମାନେ ହେଲେ ନବରଙ୍ଗପୁର ଜିଲ୍ଲାର ଫୁଲଚାନ୍ଦ ଭତ୍ରା, ମୟୁରଭଂଜ ଜିଲ୍ଲାର ବିମଳା ନାୟକ, ଚିତ୍ତରଂଜନ ନାୟକ ପୂର୍ବରୁ ଅନ୍ୟ ଦୁଇ ଶ୍ରମିକଙ୍କ ପରିବାର ଉତ୍ତରକାଶୀରେ ପହଞ୍ଚି ସାରିଛନ୍ତି । ଏହାଦ୍ବାରା ଉଦ୍ଧାର ପରେ ଫସି ରହିଥିବା ଶ୍ରମିକମାନେ ସେମାନଙ୍କ ପରିବାରବର୍ଗଙ୍କୁ ଭେଟି ପାରିବେ । ଦୀର୍ଘ ୧୩ ଦିନ ଧରି ଉତ୍ତରକାଶୀର ଏକ ନିର୍ମାଣାଧୀନ ଟନେଲ ମଧ୍ୟରେ ୪୧ ଜଣ ଶ୍ରମିକ ଫସି ରହିଛନ୍ତି । ଏଥିରେ ଓଡିଶାର ୫ ଜଣ ଶ୍ରମିକ ରହିଛନ୍ତି । ଏହି ଶ୍ରମିକଙ୍କ ପରିବାର ସଦସ୍ୟ 5T ଅଧ୍ୟକ୍ଷଙ୍କୁ ନବୀନ ନିବାସ ରେ ସାକ୍ଷାତ କରିଥିଲେ । 5T ଅଧ୍ୟକ୍ଷ ସେମାନଙ୍କୁ ରାଜ୍ୟ ସରକାରଙ୍କ ପକ୍ଷରୁ ଓଡ଼ିଆ ଶ୍ରମିକଙ୍କ ସୁରକ୍ଷା ପାଇଁ ନିଆଯାଇଥିବା ବିଭିନ୍ନ ପଦକ୍ଷେପ ସଂପର୍କରେ ଜଣାଇଥିଲେ ।
