ଓଡିଶା

ବିଳମ୍ବିତ ରାତି ପର୍ଯ୍ୟନ୍ତ ମହାପ୍ରଭୁଙ୍କ ଦର୍ଶନ କରିପାରିବେ ଭକ୍ତ 

(ପୁରୀ) :  କାର୍ତ୍ତିକ ମାସ ଲାଗି ଶ୍ରୀମନ୍ଦିରରେ ଲାଗି ରହିଛି ଶ୍ରଦ୍ଧାଳୁ ଭିଡ଼ ଅସମ୍ଭବ । ଏହି କ୍ରମରେ ଆଜି ମହାପ୍ରଭୁଙ୍କ ରାତ୍ର ପହୁଡ଼ ହେବନାହିଁ । ପ୍ରବଳ ଭକ୍ତଙ୍କ ସମାଗମକୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ନିଆଯାଇଛି ନିଷ୍ପତ୍ତି । ଫଳରେ ବିଳମ୍ବିତ ରାତି ପର୍ଯ୍ୟନ୍ତ ମହାପ୍ରଭୁଙ୍କ ଦର୍ଶନ କରିପାରିବେ ଭକ୍ତ । ସେବାୟତଙ୍କ ସହ ଆଲୋଚନା ପରେ ଏହି ନିଷ୍ପତ୍ତି ନିଆଯାଇଛି ।

ସୂଚନାନୁଯାୟୀ ,  ସୋମବାର କାର୍ତ୍ତିକ ପୂର୍ଣ୍ଣିମାରେ ମହାପ୍ରଭୁଙ୍କ ରାଜରାଜେଶ୍ଵର ବା ସୁନାବେଶ ଅନୁଷ୍ଠିତ ହେବ । ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି ଚୂଡାନ୍ତ ହୋଇଛି । ଏହା ସହ ଆଜି ପବିତ୍ର ପଞ୍ଚକ ଚତୁର୍ଦ୍ଦଶୀରେ ଶ୍ରୀଜିଉଙ୍କ ଲକ୍ଷ୍ମୀ ନୃସିଂହ ବେଶ । ଆସନ୍ତାକାଲି ସୋମବାର ଶ୍ରୀଜିଉଙ୍କର ରାଜରାଜେଶ୍ୱର ବେଶ ରହିଛି । କାର୍ତ୍ତିକ ପୂର୍ଣ୍ଣିମା ଲାଗି ପୋଲିସ ପ୍ରଶାସନ ପକ୍ଷରୁ ବ୍ୟାପକ ବନ୍ଦୋବସ୍ତ କରାଯାଇଥିବା ବେଳେ ଟ୍ରାଫିକ୍ ନିୟନ୍ତ୍ରଣ ଲାଗି ମଧ୍ୟ ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଛି ।

Related posts

ପୁରୀ ହାଜତ ମୃତ୍ୟୁ ମାମଲା: ଶବ ବ୍ୟବଚ୍ଛେଦ ରିପୋର୍ଟ ଦାଖଲ ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ

mahabharatanews

ମଜୁରି ବନ୍ଦକୁ ଏଡାଇବାକୁ ଗର୍ଭାଶୟ ବାହାର କଲେ ୩୦ ହଜାର ମହିଳା ଶ୍ରମିକ

mahabharatanews

ଦଙ୍ଗା ସୃଷ୍ଟି କାରିଙ୍କ ଉପରେ କାର୍ୟ୍ୟାନୁଷ୍ଠାନ ଗ୍ରହଣ କରିବା ନେଇ ରାଇରଙ୍ଗପୁରରେ ବିଜେପି ତରଫରୁ ଉପଜିଲ୍ଲାପାଳଙ୍କ କାର୍ୟ୍ୟାଳୟ ସମ୍ମୁଖରେ ପ୍ରତିବାଦ ସଭା

mahabharatanews