ଓଡିଶା

ସମ୍ଭାବ୍ୟ ବାତ୍ୟା ପାଇଁ ସତର୍କ ସୂଚନା ଜାରି

(ଭୁବନେଶ୍ୱର) :  ଆଣ୍ଡାମାନ ସାଗର ଅଞ୍ଚଳରେ ସୃଷ୍ଟି ହୋଇଥିବା ଲଘୁଚାପ ୩୦ ତାରିଖ ତଥା ଗୁରୁବାର ସୁଦ୍ଧା ଅବପାତରେ ପରିଣତ ହୋଇପାରେ। ପରବର୍ତ୍ତୀ ସମୟରେ ଏହା ଦକ୍ଷିଣ-ପଶ୍ଚିମ ଦିଗରେ ଗତି କରିବା ସହ ଡିସେମ୍ବର ୨ ବେଳକୁ ଦକ୍ଷିଣ-ପଶ୍ଚିମ ଓ ସଂଲଗ୍ନ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ବାତ୍ୟା ରୂପ ନେଇପାରେ। ଏହାର ପ୍ରଭାବରେ ଡିସେମ୍ବର ପହିଲାରୁ କେନ୍ଦ୍ରୀୟ ବଙ୍ଗୋପସାଗର ଓ ସଂଲଗ୍ନ ଅଞ୍ଚଳରେ ଘଣ୍ଟା ପ୍ରତି ୪୦ରୁ ୫୦ କିମି ବେଗରେ ପବନ ବହିବ। ୨ ତାରିଖ ବେଳକୁ ପବନର ବେଗ ଘଣ୍ଟା ପ୍ରତି ୫୦ରୁ ୬୦ କିମି ଏବଂ ସ୍ଥଳ ବିଶେଷରେ ୭୦ କିମି ପର୍ଯ୍ୟନ୍ତ ପହଞ୍ଚିପାରେ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି।

ସୂଚନାନୁଯାୟୀ , ତେବେ ବାତ୍ୟା କେଉଁଠି ସ୍ଥଳ ଭାଗ ସ୍ପର୍ଶ କରିବ ସେନେଇ ଏପର୍ଯ୍ୟନ୍ତ କୌଣସି ସ୍ପଷ୍ଟ ସୂଚନା ମିଳିପାରି ନାହିଁ। ସମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ସ୍ବତନ୍ତ୍ର ରିଲିଫ୍‌ କମିସନର(ଏସ୍‌ଆରସି)ଙ୍କ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ଡିସେମ୍ବର ୧ରୁ ମତ୍ସ୍ୟଜୀବୀଙ୍କୁ କେନ୍ଦ୍ରୀୟ ଓ ସଂଲଗ୍ନ ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗରକୁ ନ ଯିବାକୁ ମତ୍ସ୍ୟଜୀବୀଙ୍କୁ ବାରଣ କରାଯାଇଛି। ଏଥିସହ ଯେଉଁମାନେ ଗଭୀର ସମୁଦ୍ରରେ ରହିଛନ୍ତି ସେମାନେ ତୁରନ୍ତ ଉପକୂଳକୁ ଫେରି ଆସିବାକୁ ପରାମର୍ଶ ଦିଆଯାଇଛି। ଡିସେମ୍ବର ୩ ଓ ୪ରେ ଦକ୍ଷିଣ ଉପକୂଳ ଓଡ଼ିଶା ସମେତ ମାଲକାନଗିରି, କୋରାପୁଟ, ରାୟଗଡ଼ା, କନ୍ଧମାଳ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନ ଏବଂ ୫ ଓ ୬ ତାରିଖରେ ଦକ୍ଷିଣ ଓ ଉପକୂଳ ଓଡ଼ିଶାରେ ହାଲୁକାରୁ ମଧ୍ୟମଧରଣର ବର୍ଷା ହୋଇପାରେ।

Related posts

ପାରିବାରିକ କଳହରୁ ହିଂସା, ସ୍ୱାମୀର ଟାଙ୍ଗିଆ ଚୋଟରେ ସ୍ତ୍ରୀ ଗୁରୁତର

mahabharatanews

ଉତ୍କେଲା ଆଜିଠୁ ବିମାନ ସେବା ଆରମ୍ଭ

mahabharatanews

ରାୟଗଡା ଜିଲ୍ଲାର ପ୍ରଥମ ମିଶନ ଶକ୍ତି କାଫେ ଉଦଘାଟନ

mahabharatanews