ଓଡିଶା

ଦଶମ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ପାଇଁ ନମୁନା ପ୍ରଶ୍ନପତ୍ର

(ଭୁବନେଶ୍ୱର) :  ଏଣିକି ସହଜ ହେବ ମାଟ୍ରିକ୍‌ ପରୀକ୍ଷା । ଏ ନେଇ ଛାତ୍ରଛାତ୍ରୀଙ୍କ ପାଇଁ ଗଣଶିକ୍ଷା ବିଭାଗ ପକ୍ଷରୁ ନମୁନା ପ୍ରଶ୍ନପତ୍ର ପ୍ରସ୍ତୁତ କରାଯାଇଛି । ଦଶମ ଶ୍ରେଣୀ ଛାତ୍ରଛାତ୍ରୀ ଆଗକୁ ଦେବାକୁ ଥିବା ବୋର୍ଡ ପରୀକ୍ଷା ପାଇଁ ଏହି ପ୍ରଶ୍ନପତ୍ର ଅନୁଯାୟୀ ନିଜକୁ ପ୍ରସ୍ତୁତ କରିବେ । ଜିଲ୍ଲା ଶିକ୍ଷା ଅଧିକାରୀମାନେ ପ୍ରଶ୍ନପତ୍ରଗୁଡ଼ିକୁ ହାଇସ୍କୁଲର ପ୍ରଧାନଶିକ୍ଷକମାନଙ୍କୁ ପଠାଇବା ସହ ସମସ୍ତ ପିଲାଙ୍କ ନିକଟରେ ପହଞ୍ଚାଇବାକୁ ମାଧ୍ୟମିକ ଶିକ୍ଷା ନିର୍ଦେଶକ ନିର୍ଦେଶ ଦେଇଛନ୍ତି ।

ସୂଚନାନୁଯାୟୀ , ତେବେ ବାର୍ଷିକ ପରୀକ୍ଷାରେ ସମାନ ଢଙ୍ଗର ପ୍ରଶ୍ନପତ୍ର ପଡ଼ିବ । ଦଶମ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ପାଇଁ ବୋର୍ଡ ପରୀକ୍ଷା ପ୍ରସ୍ତୁତିରେ ଏହି ନମୁନା ପ୍ରଶ୍ନପତ୍ର ବା ସାମ୍ପଲ ପ୍ରଶ୍ନପତ୍ର ସହାୟକ ହେବ । ସେଗୁଡ଼ିକ ବିଦ୍ୟାଳୟ ସ୍ତରରେ କିଭଳି ବିତରଣ ହେବ ସେ ଦିଗରେ ଡିଇଓମାନେ ପଦକ୍ଷେପ ନେବେ । ସମସ୍ତ ସ୍କୁଲ୍‌ର ପ୍ରଧାନଶିକ୍ଷକଙ୍କୁ ନମୁନା ପ୍ରଶ୍ନପତ୍ର ପଠାଇବା ସହ ଏହା ଯେପରି ସମସ୍ତ ଛାତ୍ରଛାତ୍ରୀଙ୍କ ନିକଟରେ ପହଞ୍ଚିବ ସେଦିଗରେ ବ୍ୟବସ୍ଥା କରାଯିବ ।

Related posts

ଏମ୍ଆଇ ସିଣ୍ଡ୍ରମ ମୁଣ୍ଡ ବିନ୍ଧାର କାରଣ….

mahabharatanews

ଓଡିଶାରେ ପୁଣି ୧୦ଟି ମେଡିକାଲ କଲେଜ ନିର୍ମାଣ ହେବ: କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର

mahabharatanews

୩୧ ତାରିଖରେ ହଟିବାକୁ ଯାଉଛି କରୋନା କଟକଣା

mahabharatanews