ଓଡିଶା

କୋରାପୁଟରେ ସର୍ବନିମ୍ନ ତାପମାତ୍ରା ୧୨.୫ ଡିଗ୍ରି ରେକର୍ଡ

(ଭୁବନେଶ୍ୱର) : ରାଜ୍ୟରେ  ଆସନ୍ତା ୨ରୁ ୩ ଦିନ ମଧ୍ୟରେ କୋହଲା ପାଗ କମିବା ସହ ବାଦଲ ହଟିବା ପରେ ରାତିର ତାପମାତ୍ରା ୩ରୁ ୫ ଡିଗ୍ରି ପର୍ଯ୍ୟନ୍ତ ତଳକୁ ଖସିବ। ଅର୍ଥାତ୍‌ ରାତିର ତାପମାତ୍ରାର ସ୍ବାଭାବିକ ସ୍ଥିତିକୁ ଫେରିବ। ଦିନର ତାପମାତ୍ରା ମଧ୍ୟ ୨ରୁ ୪ ଡିଗ୍ରି ପର୍ଯ୍ୟନ୍ତ ବଢ଼ିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି।

ସୂଚନାନୁଯାୟୀ ,  ଅନ୍ୟପକ୍ଷରେ ଦକ୍ଷିଣ ଛତିଶଗଡ଼ ଓ ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ସକ୍ରିୟ ଲଘୁଚାପ ଦୁର୍ବଳ ହୋଇଛି। ଏଥିସହ ଜଡ଼ିତ ଘୂର୍ଣ୍ଣିବଳୟ ବାୟୁମଣ୍ଡଳର ୩.୧ କିମି ଉଚ୍ଚତା ଯାଏ ବ୍ୟାପିଥିବାରୁ ଆଜି ଦିନତମାମ ରାଜ୍ୟର ଅଧିକାଂଶ ସ୍ଥାନରେ କୋହଲା ପାଗ ଲାଗିରହିଛି। ଡିସେମ୍ବରରେ ଝାରସୁଗୁଡ଼ାରେ ୫ମ ଥର ପାଇଁ ଦିନର ସର୍ବନିମ୍ନ ତାପମାତ୍ରା ବୋଲି ଜଣାପଡ଼ିଛି। ୨୦୦୩ ଡିସେମ୍ବର ୧୬ ତାରିଖରେ ଏଠାରେ ଦିନର ସର୍ବନିମ୍ନ ତାପମାତ୍ରା ୧୭.୪ ଡିଗ୍ରି ରେକର୍ଡ ହୋଇଥିଲା। କୋରାପୁଟରେ ରାଜ୍ୟର ସର୍ବନିମ୍ନ ତାପମାତ୍ରା ୧୨.୫ ଡିଗ୍ରି ରହିଥିଲା।

Related posts

କଣିହାଁ ଏନଟିପିସି ପକ୍ଷରୁ ଗାଁରେ ସାବୁନ ବଣ୍ଟନ କାର୍ଯ୍ୟକ୍ରମ

mahabharatanews

ବର୍ଷେ ଜେଲ ଦଣ୍ଡ ସହିତ ଜରିମାନା ଏବଂ ପୀଡିତାଙ୍କୁ ଆର୍ଥିକ ସହାୟତା   

mahabharatanews

ଉତ୍କଳ ଗୌରବ ମଧୁବାବୁଙ୍କ ତିରୋଧାନ ଦିବସ ପାଳିତ

mahabharatanews