ଓଡିଶା

ପବିତ୍ର ମୋହନ ପ୍ରଧାନ ସରକାରୀ ହସ୍ପିଟାଲ ଉଦ୍‌ଘାଟନ 

(ଭୁବନେଶ୍ୱର) :  ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍‌ଫରେନ୍‌ସ ଜରିଆରେ ତାଳଚେରଠାରେ ୩୩୦ ଶଯ୍ୟା ବିଶିଷ୍ଟ ପବିତ୍ର ମୋହନ ପ୍ରଧାନ ସରକାରୀ ହସ୍ପିଟାଲ ଉଦ୍‌ଘାଟନ କରିଛନ୍ତି । ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ତାଳଚେର ହେଉଛି ସଂଗ୍ରାମ ଓ ସ୍ୱାଭିମାନର ଭୂମି। ମହାନ ସଂଗ୍ରାମୀ ନେତା ପବିତ୍ର ମୋହନ ପ୍ରଧାନ ଏ ମାଟିରେ ଜନ୍ମ ନେଇଥିଲେ। ସ୍ୱାଧୀନତା ସଂଗ୍ରାମଠାରୁ ଆରମ୍ଭକରି ରାଜ୍ୟର ବିକାଶ କ୍ଷେତ୍ରରେ ସେ ଗୁରୁତ୍ୱପୂର୍ଣ୍ଣ ଯୋଗଦାନ ରଖିଯାଇଛନ୍ତି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।
ସୂଚନାନୁଯାୟୀ ,  ଏହି ଅବସରରେ ସ୍ୱର୍ଗତ ପ୍ରଧାନଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରି ଏହି ହସ୍ପିଟାଲକୁ ଆଗାମୀ ଦିନରେ ଏକ ମେଡିକାଲ୍ କଲେଜରେ ପରିଣତ କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ସ୍ୱାସ୍ଥ୍ୟସେବା ସବୁବେଳେ ଆମର ଫୋକସ୍ ହୋଇ ରହିଛି। ରାଜ୍ୟରେ ଗତ କିଛି ବର୍ଷ ମଧ୍ୟରେ ମେଡିକାଲ୍‌ କଲେଜ ସଂଖ୍ୟା ବଢିଛି। ଡାକ୍ତର ଓ ସ୍ୱାସ୍ଥ୍ୟ କର୍ମଚାରୀମାନଙ୍କ ସଂଖ୍ୟା ବଢିଛି। ନୂଆ ନୂଆ ଚିକିତ୍ସା ସେବା ମଧ୍ୟ ଉପଲବ୍ଧ ହେଉଛି। ସରକାରୀ ହସ୍ପିଟାଲ ଉପରେ ଏବେ ଲୋକଙ୍କ ଆସ୍ଥା ବଢିଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ଉପରେ ଆଲୋକପାତ କରି ସେ କହିଲେ ଯେ ଏ ଯୋଜନାରେ ପ୍ରତିମାସରେ ଲକ୍ଷ ଲକ୍ଷ ଲୋକ ଉତ୍ତମ ଚିକିତ୍ସା ସେବା ପାଉଛନ୍ତି।

Related posts

ରାଜ୍ୟରୁ ଆଉ ୧୭୫ ଜଣ ନୂଆ କରୋନା ରୋଗୀ ଚିହ୍ନଟ

mahabharatanews

ଦୀପା ଗୁରୁତର: କ୍ୟାପିଟାଲ ହସପିଟାଲରେ ଭର୍ତ୍ତି

mahabharatanews

ଆସନ୍ତାକାଲିଠୁ ଶୀତ ଅଧିବେଶନ

mahabharatanews