ଓଡିଶା

ଘନ କୁହୁଡ଼ି ପାଇଁ ୟେଲୋ ୱାର୍ଣ୍ଣିଂ ଜାରି

ଆସନ୍ତା ଦୁଇ ଦିନ ମଧ୍ୟରେ ପୂର୍ବାଳୀ ଉଷ୍ମ-ଜଳୀୟବାଷ୍ପ ପୂର୍ଣ୍ଣ ବାୟୁ ପ୍ରବାହ ବୃଦ୍ଧି ହେବାର ସମ୍ଭାବନା ରହିଥିବାରୁ ଅନେକ ସ୍ଥାନରେ ରାତିର ତାପମାତ୍ରା ୨ରୁ ୪ ଡିଗ୍ରି ପର୍ଯ୍ୟନ୍ତ ବୃଦ୍ଧି ହୋଇପାରେ।  କେତେକ ଜିଲ୍ଲାରେ ୨୫ ତାରିଖ ସକାଳ ପର୍ଯ୍ୟନ୍ତ ଘନ କୁହୁଡ଼ି ଦୃଶ୍ୟମାନ ହେବାର ସମ୍ଭାବନା ଅଧିକ ରହିଛି। ଏଣୁ ଆସନ୍ତା ୩ ଦିନ ଯାଏଁ କିଛି ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି।

ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି ଯେ ବାୟୁମଣ୍ଡଳରେ ଏକ ଗୁରୁଚାପ ବଳୟ ସୃଷ୍ଟି ହେବାକୁ ଥିବାରୁ ୨୩ ଓ ୨୪ ତାରିଖରେ ପ୍ରବଳ କୁହୁଡ଼ି ପାଇଁ ଚେତାବନୀ ଜାରି ହୋଇଛି। ଉପକୂଳ ସମେତ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାର କିଛି ଜିଲ୍ଲାରେ କୁହୁଡ଼ିର ମାତ୍ରା ଅଧିକ ରହିବ। ୨୩ ତାରିଖରେ ୧୩ ଜିଲ୍ଲା, ୨୪ ତାରିଖରେ ୧୪ ଜିଲ୍ଲା ଓ ୨୫ ତାରିଖ ପାଇଁ ୨୧ ଜିଲ୍ଲାକୁ ଘନ କୁହୁଡ଼ି ପାଇଁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି।

Related posts

ରାଜ୍ୟରେ ସ୍ବାସ୍ଥ୍ୟ ବିଭାଗର ବହୁ ପଦବୀ ଖାଲି ରହିଛି। ଗୃହର ବହୁ ସଦସ୍ୟ ଏନେଇ ଉଦବେଗ ପ୍ରକାଶ କରିଛନ୍ତି।

mahabharatanews

ବଢ଼ିଲା ଗଣଶିକ୍ଷକଙ୍କ ଦରମା

mahabharatanews

ବାଚସ୍ପତିଙ୍କ ଅଧ୍ୟକ୍ଷତାରେ ଚାଲିଛି ସର୍ବଦଳୀୟ ବୈଠକ

mahabharatanews