ଓଡିଶା

ଶୀତ ପାଇଁ ୟେଲୋ ୱାର୍ଣ୍ଣିଂ

(ଭୁବନେଶ୍ୱର) : ଜାନୁଆରୀରେ ଶୀତ କମିବା ନେଇ ସମ୍ଭାବନା ରହିଛି । ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ଏ ନେଇ ପୂର୍ବାନୁମାନ କରିଛି । ଆସନ୍ତା ୩ ତାରିଖ ସକାଳେ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ନୂଆପଡ଼ା, ବଲାଙ୍ଗିର, କଳାହାଣ୍ଡି, କନ୍ଧମାଳ, ନୟାଗଡ଼, କଟକ ଓ ଖୋର୍ଦ୍ଧା ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ଘନ କୁହୁଡି ହେବାର ସମ୍ଭାବନା ରହିଛି । ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।

ସୂଚନାନୁଯାୟୀ , ଆଗାମୀ ୪ ଓ ୫ ତାରିଖରେ କେତେକ ସ୍ଥାନରେ ହାଲୁକା ବର୍ଷା ହୋଇପାରେ ବୋଲି କୁହାଯାଇଛି । ତେବେ ୪ ତାରିଖରେ ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାରେ ସ୍ୱଳ୍ପ ବର୍ଷା ହେବାର ସମ୍ଭାବନା ରହିଛି । ସେହିପରି ୫ ତାରିଖରେ ବରଗଡ଼, ଝାରସୁଗୁଡ଼ା, ସମ୍ୱଲପୁର, ଦେବଗଡ଼, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ହାଲୁକା ବର୍ଷା ହେବାର ସମ୍ଭାବନା ରହିଛି ।  ୬ ଓ ୭ ତାରିଖଠାରୁ ରାଜ୍ୟରେ ପାଗ ଶୁଖିଲା ରହିବ ।

Related posts

ପୋଲ ଭୁଶୁଡିବା ଘଟଣା: ସମ୍ପୃକ୍ତଙ୍କ ବିରୋଧରେ ଫୌଜଦାରୀ ମାମଲା କରିବାକୁ ଦାବି

mahabharatanews

‘ରଥଯାତ୍ରା ବେଳେ ନିରବଚ୍ଛିନ୍ନ ବିଦ୍ୟୁତ ସେବା’: ଶକ୍ତି ମନ୍ତ୍ରୀ

mahabharatanews

ଅଭିଜିତଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

mahabharatanews