ଓଡିଶା

ଶ୍ରୀମନ୍ଦିରକୁ ନିମନ୍ତ୍ରଣ ପତ୍ର  

ଅଯୋଧ୍ୟାରେ ନିର୍ମାଣ ହେଉଥିବା ରାମଲାଲାଙ୍କ ମନ୍ଦିର ପ୍ରତିଷ୍ଠା ପାଇଁ ଶ୍ରୀମନ୍ଦିରକୁ ଆସିଲା ନିମନ୍ତ୍ରଣ ପତ୍ର । ଆସନ୍ତା 22 ତାରିଖରେ ଅଯୋଧ୍ୟାରେ ପ୍ରଭୁ ଶ୍ରୀରାମଲାଲାଙ୍କ ପ୍ରାଣ ପ୍ରତିଷ୍ଠା କାର୍ଯ୍ୟକ୍ରମ ପାଇଁ ଦିଆଯାଇଛି ନିମନ୍ତ୍ରଣ । ସେହିଦିନ ଘରେ ଘରେ ହନୁମାନ ଚାଳିସା ପାଠ କରିବା ସହ ଶ୍ରୀରାମଙ୍କ ନାମ ଜାପ କରିବାକୁ କୁହାଯାଇଛି । ଏବେ ଶ୍ରୀକ୍ଷେତ୍ରକୁ ନିମନ୍ତ୍ରଣ ଆସିବା ପରେ ଜଗନ୍ନାଥପ୍ରେମୀଙ୍କ ମଧ୍ୟରେ ଖୁସିର ଲହରୀ ଖେଳିଯାଇଛି ।  ଆଜି ମହାପ୍ରଭୁଙ୍କ ନିମନ୍ତ୍ରଣ ନିମନ୍ତେ ଗୁଆ, ଅରୁଆ ଚାଉଳ, ଶ୍ରୀଫଳ, ପାନ, ଗାମୁଛା ଓ ନିମନ୍ତ୍ରଣ ପତ୍ର ନେଇ କମିଟି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ ନିମନ୍ତ୍ରଣ କରିଛି । ରାମଲାଲାଙ୍କ ପ୍ରାଣ ପ୍ରତିଷ୍ଠା ଉତ୍ସବରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ବିଶେଷ ଯୋଗଦେବାର କାର୍ଯ୍ୟକ୍ରମ ରହିଛି ।

Related posts

ହିନ୍ଦୋଳ NAC ଉପାଧ୍ୟକ୍ଷା ପଦବୀ ନିମନ୍ତେ ପ୍ରାର୍ଥୀପତ୍ର ଦାଖଲ

mahabharatanews

ସ୍କୁଲରୁ ପଞ୍ଚାୟତ ପର୍ଯ୍ୟନ୍ତ ଚାଲିବ ସଚେତନତା ଅଭିଯାନ…

mahabharatanews

ରେଭେନ୍ସା ବିଶ୍ୱବିଦ୍ୟାଳୟକୁ A++ ମାନ୍ୟତା 

mahabharatanews