ଓଡିଶା

ଆଗାମୀ ୩ଦିନ କୁହୁଡ଼ି

(ଭୁବନେଶ୍ୱର) : କୁହୁଡ଼ିରୁ ଏବେ ନିସ୍ତାର ମିଳିବ ନାହିଁ। ଆସନ୍ତା ୩ ଦିନ ପର୍ଯ୍ୟନ୍ତ ଅଧାରୁ ଅଧିକ ଜିଲ୍ଲାରେ କୁହୁଡ଼ିର ପ୍ରଭାବ ରହିବ। ତେଣୁ ସତର୍କତା ଅବଲମ୍ବନ କରିବାକୁ ଗାଡ଼ି ଚାଳକମାନଙ୍କୁ ପରାମର୍ଶ ଦିଆଯାଇଛି। ଆସନ୍ତା ୫ ଓ ୬ ତାରିଖରେ ସୁନ୍ଦରଗଡ଼, ଝାରସୁଗୁଡ଼ା, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ବର୍ଷା ହୋଇପାରେ।

ସୂଚନାନୁଯାୟୀ, ୫ ଦିନ ପର୍ଯ୍ୟନ୍ତ ସର୍ବନିମ୍ନ ତାପମାତ୍ରାରେ କୌଣସି ପରିବର୍ତ୍ତନ ହେବାର ନାହିଁ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ବିଭିନ୍ନ ସ୍ଥାନରେ କୁହୁଡ଼ି ଲୋକଙ୍କୁ ନାକେଦମ କରିଛି। ଢେଙ୍କାନାଳ ଓ ତାଳଚେରରେ ଅତିଘନ କୁହୁଡ଼ି ଯୋଗୁଁ ଦୃଶ୍ୟମାନ ଦୂରତାର ଯଥାକ୍ରମେ ୩୦ ମିଟର ଓ ୪୦ ମିଟର ରହିଥିଲା। କୋରାପୁଟରେ ରାଜ୍ୟର ସର୍ବନିମ୍ନ ତାପମାତ୍ରା ୭.୬ ଡିଗ୍ରି ରେକର୍ଡ କରାଯାଇଥିଲା।

Related posts

ଭୁବନେଶ୍ୱରରେ କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ

mahabharatanews

ମାଲକାନଗିରି ବିଧାୟକ ପ୍ରଦାନ କଲେ କୋଭିଡ ଅସ୍ଥାୟୀ ସ୍ୱାସ୍ଥ୍ୟକେନ୍ଦ୍ର ପାଇଁ ୨୧ଲକ୍ଷ ଟଙ୍କା….

mahabharatanews

ବନ୍ୟାକୁ ପୁରିବ ବର୍ଷେ: ଏବେ ବି ପଲିଥିନ ତଳେ କଟୁଛି ନର୍ଡା ଗ୍ରାମବାସୀଙ୍କ ଜୀବନ

mahabharatanews