ଓଡିଶା

ଆସନ୍ତା ୫ ଦିନ ଘନ କୁହୁଡ଼ି 

(ଭୁବନେଶ୍ୱର) :  ଆସନ୍ତା ୫ ଦିନ ତାପମାତ୍ରାରେ ହେବ ନାହିଁ ପରିବର୍ତ୍ତନ । ସବୁଠି ସ୍ବାଭାବିକଠାରୁ ୨ରୁ ୩ ଡିଗ୍ରି ଅଧିକ ରହିବ। ତେବେ ୭ ତାରିଖ ପର୍ଯ୍ୟନ୍ତ କେତେକ ସ୍ଥାନରେ ଘନ କୁହୁଡ଼ି ଲାଗି ରହିବାକୁ ଥିବାରୁ ସତର୍କତା ଅବଲମ୍ବନ କରିବାକୁ ସ୍ବତନ୍ତ୍ର ରିଲିଫ୍‌ କମିସନ(ଏସ୍‌ଆରସି)ଙ୍କ ପକ୍ଷରୁ କୁହାଯାଇଛି।

ସୂଚନାନୁଯାୟୀ, ୬ ତାରିଖ ଭୋର ସମୟରେ କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ରାୟଗଡ଼ା, ଗଞ୍ଜାମ, ଗଜପତି, ନୟାଗଡ଼ ଓ ଖୋର୍ଦ୍ଧା ଜିଲାର ଗୋଟିଏ ଦୁଇଟି ସ୍ଥାନ ଏବଂ ୭ ତାରିଖରେ ମାଲକାନଗିରି, କୋରାପୁଟ, ରାୟଗଡ଼ା, କନ୍ଧମାଳ, ନବରଙ୍ଗପୁର, କଳାହାଣ୍ଡି ଜିଲ୍ଲାର କେତେକ ସ୍ଥାନରେ ଘନ କୁହୁଡ଼ି ହେବାର ସମ୍ଭାବନା ରହିଛି। ତେଣୁ ସମ୍ପୃକ୍ତ ଜିଲ୍ଲାର ଜିଲ୍ଲାପାଳ, ଏସ୍‌ପି, ପରିବହନ ଅଧିକାରୀମାନଙ୍କୁ ନଜର ରଖିବାକୁ କୁହାଯାଇଛି। ଉପକୂଳ ଓଡ଼ିଶା ସମେତ ବାକି ଜିଲ୍ଲାଗୁଡ଼ିକରେ ହାଲୁକାରୁ ମଧ୍ୟମ ଧରଣର କୁହୁଡ଼ି ହୋଇପାରେ।

Related posts

ବିଜେଡିର ବ୍ରଜରାଜନଗର ଉପନିର୍ବାଚନ ପ୍ରାର୍ଥୀ ହେଲେ ଅଳକା ମହାନ୍ତି

mahabharatanews

ପ୍ରଚାର ମଇଦାନକୁ ଓହ୍ଲାଇବେ ନବୀନ 

mahabharatanews

ଓଲିଉଡ ଅଭିନେତା ପିଣ୍ଟୁ ନନ୍ଦଙ୍କ ଆଜି ପୁରୀ ସ୍ୱର୍ଗଦ୍ୱାରରେ ଶେଷକୃତ୍ୟ କରାଯିବ

mahabharatanews