ଓଡିଶା

୨୭ରେ ସମଲେଇ ପ୍ରକଳ୍ପର ଲୋକାର୍ପଣ

ପଶ୍ଚିମ ଓଡିଶାର ଅଧିଷ୍ଠାତ୍ରୀ ଦେବୀ ମା ସମଲେଶ୍ବରୀ ପୀଠର ଚାଲିଛି ରୂପାନ୍ତରଣ। ଆଗାମୀ ୨୭ ତାରିଖରେ ହେବ ଏହି ପ୍ରକଳ୍ପର ଲୋକାର୍ପଣ। ଏହି ପରିପ୍ରେକ୍ଷୀରେ ଆଜି ମନ୍ଦିର ଟ୍ରଷ୍ଟ ବୋର୍ଡର ସଦସ୍ୟ, ସଭାପତି ଓ ପୂଜାରୀ ମାନେ ନବୀନ ନିବାସ ଆସି ମଙ୍ଗଳାଷ୍ଟକ ଗାନ ମଧ୍ୟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଆଶୀର୍ବାଦ କରିଥିଲେ ଏବଂ ପ୍ରକଳ୍ପର ଲୋକାର୍ପଣ ପାଇଁ ନିମନ୍ତ୍ରଣ ଦେଇଥିଲେ।

ସୂଚନାନୁଯାୟୀ , ମା ଙ୍କ ପୀଠର ରୂପାନ୍ତର ପାଇଁ ସେମାନେ ମୁଖ୍ୟମନ୍ତ୍ରୀ ଓ ୫ଟି ଅଧ୍ୟକ୍ଷ ଭି.କେ. ପାଣ୍ଡିଆନଙ୍କୁ ଧନ୍ୟବାଦ ଦେଇଥିଲେ। ସେମାନେ କହିଥିଲେ ଯେ ଲୋକାର୍ପଣ ପାଇଁ ଟ୍ରଷ୍ଟ ବୋର୍ଡ ପକ୍ଷରୁ ସବୁ ଘରକୁ ନଡିଆ ଦିଆଯିବ ଏବଂ ସବୁ ଘରୁ ମା’ଙ୍କ ପାଇଁ ସିନ୍ଦୁର ଆସିବ।

Related posts

କ୍ବାରେଣ୍ଟାଇନ ସେଣ୍ଟର କାରନାମା

mahabharatanews

ପୂର୍ବଶତ୍ରୁତା ନେଲା ପୁଅର ଜୀବନ

mahabharatanews

ଅଦ୍ୟାବଧି ଏକ ହଜାର ପ୍ଲାଜମା ଥେରାପି ହୋଇଛି ରାଜ୍ୟରେ

mahabharatanews