ଓଡିଶା

ପୁଣି ଫେରିଲା ଶୀତ

(ଭୁବନେଶ୍ୱର) : କିଛି ଦିନର ବ୍ୟବଧାନ ପରେ ରାଜ୍ୟକୁ ପୁଣି ଫେରିଛି ଶୀତ। ସକାଳୁ ସକାଳୁ ପ୍ରବଳ ଶୀତ ସହ ଘନକୁହୁଡି ଯୋଗୁ ଜୀବନ ଯାତ୍ରା ପ୍ରଭାବିତ ହେଉଛି। ରଜରେ ଶୀତର ଲହରୀ ଲାଗି ରହିଥିବା ବେଳେ ଜି. ଉଦୟଗିରି ସବୁଠୁ ଥଣ୍ଡା ସହର ରେକର୍ଡ ହୋଇଛି । ଏଠାରେ ସର୍ବନିମ୍ନ ରାତ୍ରି ତାପମାତ୍ରା ୭.୪ ଡିଗ୍ରୀ ରେକର୍ଡ କରାଯାଇଥିଲା।

ସୂଚନାନୁଯାୟୀ ,କୋରାପୁଟରେ ସର୍ବନିମ୍ନ ତାପମାତ୍ରା ୮.୩ ଡିଗ୍ରି, ଦାରିଙ୍ଗବାଡ଼ିରେ ୮. ୫ ଡିଗ୍ରି, ଫୁଲବାଣୀରେ ୧୦ ଡିଗ୍ରି, ସେମିଳିଗୁଡ଼ାରେ ୯. ୯ ଡିଗ୍ରି, ନବରଙ୍ଗପୁରରେ ୧୧.୪, କିରେଇରେ ୧୧.୪, ସୁନ୍ଦରଗଡ଼ରେ ୧୪.୨, ଛାରସୁଗୁଡ଼ାରେ ୧୩.୯, ରାଉରକେଲାରେ ୧୩.୭, କେଉଁଝରରେ ୧୩, ମାଲକାନଗିରିରେ ୧୪.୯ ଓ ଅନୁଗୁଳରେ ୧୧ ଡିଗ୍ରି ରେକର୍ଡ କରାଯାଇଛି । ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାର ବିଭିନ୍ନ ସ୍ଥାନରେ କୁହୁଡ଼ି ଦେଖାଦେବ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।

Related posts

ସ୍କ୍ରବ ଟାଇଫ୍‌ସ ଭୟ; ସୁନ୍ଦରଗଡ଼ରେ ସର୍ବାଧିକ  

mahabharatanews

ଜଟଣୀରେ ହୋମି ଭାଭା କର୍କଟ ରୋଗ ଚିକିତ୍ସାଳୟ ଓ ଗବେଷଣା କେନ୍ଦ୍ରର ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ

mahabharatanews

ଧଉଳି ପାଳିବ ବିଶ୍ୱସ୍ତରୀୟ ସୁବର୍ଣ୍ଣ ଜୟନ୍ତୀ

mahabharatanews