ସକାଳୁ ସକାଳୁ ଘନ କୁହୁଡ଼ିରେ ଢାଙ୍କି ହୋଇଛି ରାସ୍ତା ଘାଟ । ରାଜଧାନୀ ଭୁବନେଶ୍ୱରରେ ମଧ୍ୟ ଦେଖିବାକୁ ମିଳିଛି କୁହୁଡ଼ିର ଆବରଣ । କଟକରେ ବି ଅବସ୍ଥା ସମାନ । ଆଜି 22 ଜିଲ୍ଲାରେ କୁହୁଡ଼ି ନେଇ ୟେଲୋ ୱାର୍ଣ୍ଣି ଜାରି କରିଥିଲା ପାଣିପାଗ ବିଭାଗ । ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, ଯାଜପୁର, ଭଦ୍ରକ, କଟକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼କୁ କୁହୁଡ଼ି ପାଇଁ ୟେଲୋ ୱାର୍ଣ୍ଣଂଜାରି ହୋଇଛି ।
ଆସନ୍ତା ସପ୍ତାହକ ପର୍ଯ୍ୟନ୍ତ ରାଜ୍ୟରେ ପାଗ ଶୁଖିଲା ରହିବ । ଏପରିକି ରାତିର ତାପମାତ୍ରାରେ ସେଭଳି କିଛି ପରିବର୍ତ୍ତନ ହେବ ନାହିଁ । ତେବେ ରାଜ୍ୟରେ 11 ତାରିଖ ପର୍ଯ୍ୟନ୍ତ ଅଧିକାଂଶ ଜିଲ୍ଲାରେ ଘନ କୁହୁଡ଼ିର ଆବରଣ ଦେଖିବାକୁ ମିଳିବ । ଏ ନେଇ ସତର୍କ ସୂଚନା ଜାରି କରିଛି ଆଞ୍ଚଳିକ ପାଣିପାଗ ବିଭାଗ । ତେବେ ଗତ 24 ଘଣ୍ଟା ମଧ୍ୟରେ ରାଜ୍ୟର ପାଗ ମୁଖ୍ୟତଃ ଶୁଖିଲା ରହିଥିଲା ।