(ଭୁବନେଶ୍ୱର) : ରାଜ୍ୟରେ ପୁଣି ବଦଳିବ ପାଗ । ବିଶେଷ କରି ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶା ସହ ଉପକୂଳ ଓଡ଼ିଶାରେ ଏଭଳି ପାଗ ରହିବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଆଜିଠାରୁ ଆକାଶ ମେଘାଛନ୍ନ ରହିବା ସହ ହାଲୁକା ବର୍ଷା ହେବ । ବିଶେଷ କରି ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶା ସହ ଉପକୂଳ ଓଡ଼ିଶାରେ ଏଭଳି ପାଗ ରହିବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।
ସୂଚନାନୁଯାୟୀ , ଏହା ପ୍ରଭାବରେ ଆସନ୍ତା ୧ ତାରିଖରେ ଝାରସୁଗୁଡା, ସୁନ୍ଦରଗଡ, କେନ୍ଦୁଝର, ମୟୁରଭଞ୍ଜ, ଢେଙ୍କାନାଳ, ବାଲେଶ୍ବର ଏବଂ ଭଦ୍ରକର ଗୋଟିଏ ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି । ସେହିଭଳି ୨ତାରିଖରେ ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡା, ଜଗତସିଂହପୁର, ଯାଜପୁର ଏବଂ ମୟୁରଭଞ୍ଜରେ ବର୍ଷା ନେଇ ଆକଳନ କରିଛି ପାଣିପାଗ କେନ୍ଦ୍ର । ସେପଟେ ବାୟୁମଣ୍ଡଳରେ ଜଳୀୟବାଷ୍ପର ପରିମାଣ ଅଧିକ ଥିବାରୁ ଆସନ୍ତା ୨ଦିନ ପର୍ଯ୍ୟନ୍ତ ରାଜ୍ୟରେ ଘନ କୁହୁଡି ଦେଖିବାକୁ ମିଳିବ । ଘନ କୁହୁଡି ପାଇଁ ୧୫ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ଏହା ପରେ ୧ତାରିଖରେ ପୁରୀ, ଖୋର୍ଦ୍ଧା, ନୟାଗଡ, ଜଗତସିଂହପୁର, କେନ୍ଦ୍ରାପଡା, ଭଦ୍ରକ, ଗଞ୍ଜାମ, କନ୍ଧମାଳ, ସୋନପୁର, ବଲାଙ୍ଗିର, ଢେଙ୍କାନାଳ, ଅନୁଗୁଳ, ଯାଜପୁର, ବାଲେଶ୍ବର, କଟକ, ବୌଦ୍ଧ ଏବଂ କଳହାଣ୍ଡିକୁ କୁହୁଡ଼ି ନେଇ ସତର୍କତା ଜାରି କରାଯାଇଛି ।