ଓଡିଶା

୬ଟାରୁ  ଶ୍ରୀଜିଉଙ୍କୁ ଦର୍ଶନ ମନା

(ପୁରୀ) :  ମହାପ୍ରଭୁଙ୍କ ହେବ ଶ୍ରୀମୁଖ ଶୃଙ୍ଗାର । ମାଘ କୃଷ୍ଣ ପଞ୍ଚମୀ ତିଥିରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ଏଥିଲାଗି ବନ୍ଦ ରହିବ ସାଧାରଣ ଦର୍ଶନ । ସନ୍ଧ୍ୟା ୬ ରୁ ରାତି ୯ଟା ପର୍ଯ୍ୟନ୍ତ ସାଧାରଣ ଦର୍ଶନ ବନ୍ଦ ରହିବ । ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି ।

ସୂଚନାନୁଯାୟୀ , ଦତ୍ତମହାପାତ୍ର ସେବକମାନେ ଶ୍ରୀବିଗ୍ରହଙ୍କ ଏହି ସେବା କରିବେ । ଦତ୍ତମହାପାତ୍ର ସେବକମାନେ ଠାକୁରଙ୍କ ଶ୍ରୀମୁଖ ସିଂହାର କରିବା ପାଇଁ ଗର୍ଭଗୃହକୁ ପ୍ରବେଶ କରିବେ । ଶଙ୍ଖକୁ ଚୂର୍ଣ୍ଣ କରି ଧଳାରଙ୍ଗ, ହରିତାଳରୁ ହଳଦିଆ ଓ ହିଙ୍ଗୁଳରୁ କଳା ପ୍ରସ୍ତୁତ ହୁଏ । ଏସବୁ ରଙ୍ଗରେ କର୍ପୁର ଓ କସ୍ତୁରୀ ମିଶେ । କସ୍ତୁରୀ ଯୋଗୁଁ ମହାପ୍ରଭୁଙ୍କ ମୁଖମଣ୍ଡଳ ଉଜ୍ଜଳ ଓ ମସୃଣ ରହେ । ରତ୍ନସିଂହାସନ ଆଗରେ ଯେଉଁ ଭୋଗ ବଢାହୁଏ ତା’ର ଗରମବାଷ୍ପ ଯୋଗୁଁ ମୁଖମଣ୍ଡଳର ଉଜ୍ଜଳତା କମିଯାଏ । କସ୍ତୁରୀ ବ୍ୟବହାର ଯୋଗୁଁ ରଙ୍ଗ ଦୀର୍ଘସ୍ଥାୟୀ ହୁଏ । ପ୍ରତି ଗୁରୁବାର ଦ୍ୱିପହର ଧୂପ ପରେ ବନକଲାଗି ନୀତି ହେବାର ବିଧି ରହିଛି ।

Related posts

ତାଳଚେର ଲିଙ୍ଗରାଜ କୋଇଲା ଖଣିରେ ୫୦ ଫୁଟ ତଳକୁ ଖସିଲା କୋଇଲା ଅତଡ଼ା

mahabharatanews

ଅଟୋ ଧକ୍କାରେ ୨ ଶିକ୍ଷୟିତ୍ରୀ ମୃତ

mahabharatanews

କୋରାପୁଟ ସରକାରୀ ମହାବିଦ୍ୟାଳୟର ସ୍ୱାସ୍ଥ୍ୟ ସଚେତନତା ଅଭିଯାନ

mahabharatanews