ଓଡିଶା

ରାଜ୍ୟରେ ବର୍ଷାର ସମ୍ଭାବନା 

(ଭୁବନେଶ୍ୱର) : ଆସନ୍ତା ୪୮ ଘଣ୍ଟା ପର୍ଯ୍ୟନ୍ତ ଉତ୍ତର ଅଭ୍ୟନ୍ତରୀଣ ଓ ଉତ୍ତର ଓଡ଼ିଶାର ଗୋଟିଏ ଦୁଇଟି ସ୍ଥାନରେ ହାଲୁକା ବର୍ଷା ହୋଇପାରେ। ଶୁକ୍ରବାର ସକାଳ ସୁଦ୍ଧା ସୁନ୍ଦରଗଡ଼, ଝାରସୁଗୁଡ଼ା, କେନ୍ଦୁଝର, ମୟୂରଭଞ୍ଜ ଏବଂ ପରବର୍ତ୍ତୀ ୨୪ ଘଣ୍ଟାରେ ଯାଜପୁର, ବାଲେଶ୍ବର, ଭଦ୍ରକ, କେନ୍ଦ୍ରାପଡ଼ା, ଢେଙ୍କାନାଳ, ମୟୂରଭଞ୍ଜ ଓ କେନ୍ଦୁଝର ଜିଲ୍ଲାରେ ବର୍ଷାର ସମ୍ଭାବନା ରହିଛି।

ସୂଚନାନୁଯାୟୀ , ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ସମସ୍ତ ସହରର ସର୍ବନିମ୍ନ ତାପମାତ୍ରା ୧୦ ଡିଗ୍ରି ଉପରକୁ ଚାଲିଯାଇଛି। ସିମିଳିଗୁଡ଼ାରେ ରାଜ୍ୟର ସର୍ବନିମ୍ନ ତାପମାତ୍ରା ୧୦.୩ ଡିଗ୍ରି ରେକର୍ଡ ହୋଇଥିବା ବେଳେ ଜି ଉଦୟଗିରି ଓ କୋରାପୁଟରେ ୧୦.୫, ଫୁଲବାଣୀରେ ୧୧, ଦାରିଙ୍ଗବାଡ଼ିରେ ୧୧.୫ ରହିଥିଲା। ପୁରୀରେ ସର୍ବନିମ୍ନ ତାପାମତ୍ରା ୨୦ ଡିଗ୍ରି ଟପିଥିବା ନେଇ ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି।

Related posts

ବାଇକ୍ ଧକ୍କାରେ ଯୁବତୀ ମୃତ

mahabharatanews

ନିଖିଳ ଉତ୍କଳ ପ୍ରାଥମିକ ଶିକ୍ଷକ ସଂଘ ତରଫରୁ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିକୁ ଦାନ

mahabharatanews

ଗ୍ରୀଷ୍ମ ପ୍ରବାହ ପାଇଁ ସତର୍କତା ଜାରି 

mahabharatanews