ଓଡିଶା

ବିଶ୍ୱ ଓଡିଆ ଭାଷା ସମ୍ମିଳନୀ; ସମୀକ୍ଷା କଲେ ଓଡିଶା ଅଧ୍ୟକ୍ଷ ଶ୍ରୀ ଭି କାର୍ତ୍ତିକ ପାଣ୍ଡିଆନ

(ଭୁବନେଶ୍ୱର) :  ବିଶ୍ୱ ଓଡିଆ ଭାଷା ସମ୍ମିଳନୀ ପାଇଁ ଚାଲିଥିବା ପ୍ରସ୍ତୁତି କାର୍ଯ୍ୟର ସମୀକ୍ଷା କରିଛନ୍ତି ୫ଟି ଓ ନବୀନ ଓଡିଶା ଅଧ୍ୟକ୍ଷ ଶ୍ରୀ ଭି କାର୍ତ୍ତିକ ପାଣ୍ଡିଆନ  । ଗତକାଲି ସନ୍ଧ୍ୟାରେ ଜନତା ମୈଦାନ ଓ ଅକ୍ଷର ଭୂମି ପରିଦର୍ଶନ କରି ବିଶ୍ୱ ଓଡିଆ ଭାଷା ସମ୍ମିଳନୀ ପାଇଁ ଚାଲିଥିବା ପ୍ରସ୍ତୁତି କାର୍ଯ୍ୟର ସମୀକ୍ଷା କରିଛନ୍ତି ।

ସୂଚନାନୁଯାୟୀ , ପ୍ରଥମ ବିଶ୍ୱ ଓଡିଆ ଭାଷା ସମ୍ମିଳନୀରେ ରାଜ୍ୟର ସମସ୍ତ ବ୍ଲକ ଓ ଗ୍ରାମ ପଞ୍ଚାୟତକୁ ଯୋଡିବା ସହିତ ଗୁରୁତ୍ୱପୂର୍ଣ୍ଣ ଅଧିବେଶନ ଗୁଡିକର ଲାଇଭ ଷ୍ଟ୍ରିମିଙ୍ଗ, ଭାଷା ଓ ଏହାର ଭବିଷ୍ୟତ ଉପରେ ସ୍ୱତନ୍ତ୍ର ଦୃଷ୍ଟି ଦେବା ଉପରେ ସେ ଗୁରୁତ୍ୱ ଆରୋପ କରିଥିଲେ। ଏହି ସମ୍ମିଳନୀରେ ଭାଷା ସମ୍ପର୍କରେ ଯେଉଁ ପ୍ରସ୍ତାବ ଗୃହୀତ ହେବ, ତାକୁ ଭିତ୍ତି କରି ଗୁରୁତ୍ୱପୂର୍ଣ୍ଣ ନୀତି ନିର୍ଦ୍ଧାରଣ କରି ଭବିଷ୍ୟତ କାର୍ଯ୍ୟପନ୍ଥା ଗ୍ରହଣ କରିବାକୁ ସେ ପରାମର୍ଶ ଦେଇଥିଲେ । ସମ୍ମିଳନୀର ମୁଖ୍ୟ ପ୍ରସଙ୍ଗ ହେଉଛି ‘ଭାଷା ହିଁ ଭବିଷ୍ୟତ’। ସମ୍ମିଳନୀରେ ବିଭିନ୍ନ ବିଷୟ ଉପରେ ୧୬ଟି ଆକାଡେମିକ୍‌ ଅଧିବେଶନ ରହିଛି। ଏଥିରେ ବହୁ ମାନ୍ୟଗଣ୍ୟ ଭାଷାବିତ୍‌, ବୁଦ୍ଧିଜୀବୀ ଙ୍କ ସମେତ ସ୍କୁଲ, କଲେଜର ଛାତ୍ରଛାତ୍ରୀମାନେ ଯୋଗଦେବେ। ଭାଷାପ୍ରେମୀ ବିଶେଷ କରି ଯୁବ ପିଢିଙ୍କ ପାଇଁ ଏହା ହେବ ପ୍ରମୁଖ ଆକର୍ଷଣ ସ୍ଥଳୀ।

 

Related posts

କଟକ ଜିଲ୍ଲା ଜଗତପୁର ଅଞ୍ଚଳରେ ହାତୀ ଆତଙ୍କ

mahabharatanews

ଆଲୋକ ସାହୁ କେନ୍ଦ୍ରାପଡା ବ୍ଲକ ବିଜେଡି ସଭାପତି ନିର୍ବାଚିତ

mahabharatanews

ପିସି ନଦେଲେ ମୁନ୍ସୀପାଲିଟିରେ ହେଉନି କାମ

mahabharatanews