ଓଡିଶା

ଆଜିଠୁ ଆରମ୍ଭ ହେଉଛି ଓଡ଼ିଆ ବିଶ୍ଵ ଭାଷା ସମ୍ମିଳନୀ 

(ଭୁବନେଶ୍ୱର) : ଆଜିଠୁ ଆରମ୍ଭ ହେଉଛି ଓଡ଼ିଆ ବିଶ୍ଵ ଭାଷା ସମ୍ମିଳନୀ । ତିନି ଦିନ ଧରି ଚାଲିବାକୁ ଥିବା ଏହି ସମ୍ମିଳନୀରେ ମୋଟ ୧୭ଟି ଅଧିବେଶନ ରହିଛି । ଉଦଘାଟନୀ ଦିବସରେ ଜଗନ୍ନାଥ ସଂସ୍କୃତି ଉପରେ ସ୍ବତନ୍ତ୍ର ଅଧିବେଶନ କରାଯାଉଛି । ଏଥିରେ ଦେଶ ବିଦେଶରୁ ୧୦୦ରୁ ଅଧିକ ଭାଷାବିତ ଯୋଗଦେଇ ସେମାନଙ୍କର ମତ ରଖିବେ । ସମସ୍ତଙ୍କ ମତକୁ ଆଧାର କରି ଆଗାମୀ ଦିନ ପାଇଁ ଓଡ଼ିଆ ଭାଷାକୁ ନେଇ ରୋଡ ମ୍ୟାପ ପ୍ରସ୍ତୁତ କରିବେ ରାଜ୍ୟ ସରକାର ।

ସୂଚନାନୁଯାୟୀ , ଓଡ଼ିଆ ଭାଷା ଉପରେ ଏକ ମ୍ୟୁଜିୟମ ପ୍ରସ୍ତୁତ କରାଯାଇଛି । ସାରା ରାଜ୍ୟରେ ଲୋକ ଏହାର ସିଧା ପ୍ରସାରଣ ଦେଖିପାରିବେ । ପଞ୍ଚାୟତ ଓ ପୌରାଞ୍ଚଳରେ ଏନେଇ ବ୍ୟବସ୍ଥା ମଧ୍ୟ ହୋଇଛି । ସ୍ଵଂୟ ସହାୟକ ମହିଳା ଏଥିରେ ସାମିଲ ହେବେ । ଆଜି ଦିନ ୧୧ଟା ୩୦ ସମୟରେ ସମସ୍ତେ ବନ୍ଦେ ଉତ୍କଳ ଜନନୀ ଗାନ କରିବାକୁ କୁହାଯାଇଛି । ପ୍ରଥମ ବିଶ୍ଵ ଓଡ଼ିଆ ଭାଷା ସମ୍ମିଳନୀ ଆସନ୍ତା ଫେବ୍ରୁଆରି ୩ରୁ ୫ ତାରିଖ ପର୍ଯ୍ୟନ୍ତ ତିନିଦିନ ଧରି ଭୁବନେଶ୍ଵରସ୍ଥିତ ସ୍ଥାନୀୟ ଜନତା ମଇଦାନଠାରେ ଆୟୋଜିତ ହେବାକୁ ଯାଉଛି। ଏହି ବିଶ୍ଵସ୍ତରୀୟ ସମ୍ମିଳନୀକୁ ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।

Related posts

ଆସନ୍ତାକାଲିଠୁ ବଢିବ ବର୍ଷା 

mahabharatanews

ବିଦ୍ୟୁତ ଆଘାତରେ ଯୁବକଙ୍କ ମୃତ୍ୟୁୁ

mahabharatanews

ଏକ ଲକ୍ଷ ୮୫ ହଜାର ୩୫୩ ଜଣ ହିତାଧିକାରୀଙ୍କୁ ୩୮ କୋଟି ୧୧ ଲକ୍ଷ ୧୬ ହଜାର ଟଙ୍କା ପ୍ରଦାନ

mahabharatanews