ଓଡିଶା

ଶପଥ ନେଲେ ଜଷ୍ଟିସ ଚକ୍ରଧାରୀ ଶରଣ ସିଂ

(କଟକ) : ଓଡ଼ିଶା ହାଇକୋର୍ଟକୁ ମିଳିଲା ନୂଆ ମୁଖ୍ୟ ବିଚାରପତି । ଆଜି ଶପଥ ନେଇଛନ୍ତି ଜଷ୍ଟିସ ଚକ୍ରଧାରୀ ଶରଣ ସିଂ । ତାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି ରାଜ୍ୟପାଳ ରଘୁବର ଦାସ । ଦିନ ୧୦ଟା ସମୟରେ ମୁଖ୍ୟ ବିଚାରପତି ଭାବେ ଶପଥ ନେଇଛନ୍ତି ଚକ୍ରଧାରୀ ଶରଣ ସିଂ ।

ସୂଚନାନୁଯାୟୀ , ଏହି ଶପଥଗ୍ରହଣ ଉତ୍ସବରେ ମୁଖ୍ୟ ଶାସନ ସଚିବଙ୍କ ସମେତ ପୋଲିସ ଡିଜି ଓ ବହୁ ବରିଷ୍ଠ ଅଧିକାରୀ ଯୋଗ ଦେଇଥିଲେ । ଜାଣନ୍ତୁ କଣ କହୁଛି ଆରବିଆଇର ନିୟମ ହାଇକୋର୍ଟରେ ନୂଆ ମୁଖ୍ୟ ବିଚାରପତି ଭାବେ ନିଯୁକ୍ତି ନେଇ ଗତ ୨ ତାରିଖରେ ଆଇନ ମନ୍ତ୍ରାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଥିଲା । ଏହା ପୂର୍ବରୁ ସେ ପାଟନା ହାଇକୋର୍ଟରେ ବିଚାରପତି ଥିଲେ ।  ବିହାର ସରକାରଙ୍କ ଅତିରିକ୍ତ ଆଡଭୋକେଟ୍ ଜେନେରାଲ ଭାବେ ସେ ୨୨ବର୍ଷ ଧରି କାର୍ଯ୍ୟ କରିଛନ୍ତି । ୨୦୧୨ ଏପ୍ରିଲ୫  ତାରିଖରେ ସେ ପାଟନା ହାଇକୋର୍ଟର ବିଚାରପତି ଭାବେ ନିଯୁକ୍ତି ପାଇଥିଲେ ।

Related posts

ଜିଲ୍ଲା ସ୍ତରୀୟ ନିଯୁକ୍ତି ମେଳା ଆୟୋଜିତ, ୫୬ ଜଣଙ୍କୁ ନିଯୁକ୍ତି ପତ୍ର ପ୍ରଦାନ

mahabharatanews

ମଂଚେଶ୍ୱର ଥାନା ଅଧୀନ ସମେଇଗାଡ଼ିଆ ମସାଣି ନିକଟରେ ସନ୍ଦେହଜନକ ଅବସ୍ଥାରେ ଯୁବକଙ୍କ ମୃତ ଦେହ ଉଦ୍ଧାର

mahabharatanews

ଥଣ୍ଡା ପାଣି ପିଉଥିଲେ ହୋଇଯାନ୍ତୁ ସାବଧାନ

mahabharatanews