ଓଡିଶାରାଜନୀତି

ଭି ସୁଜ୍ଞାନ କୁମାରୀ ଦେଓଙ୍କ ବିୟୋଗରେ କବିସୂର୍ଯ୍ୟନଗର ବିଧାୟିକା ଙ୍କ ଶୋକ

ଭୁବନେଶ୍ୱର: ଆଉ ନାହାନ୍ତି ପୂର୍ବତନ ବିଧାୟିକା ତଥା ଖଲ୍ଲିକୋଟ ରାଣୀ ଭି ସୁଜ୍ଞାନୀ କୁମାରୀ ଦେଓ । ଦୀର୍ଘ ଦିନ ହେଲା ସ୍ବାସ୍ଥ୍ୟ ଗତ ସମସ୍ୟା କାରଣରୁ ସେ ଚେନ୍ନାଇ ରେ ରହି ଆସୁଥିଲେ । କିଛି ଦିନ ତଳେ ତାଙ୍କ ସ୍ବାସ୍ଥ୍ୟ ଅବସ୍ଥା ଗୁରୁତର ହେବାରୁ ଚେନ୍ନାଇ ର ଏକ ଘରୋଇ ହସ୍ପିଟାଲ ରେ ଚିକିତ୍ସିତ ହେଉଥଲେ । ଗତକାଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଚେନ୍ନାଇ ରେ ପହଞ୍ଚି ରାଣୀଙ୍କ ସ୍ବାସ୍ଥ୍ୟ ଅବସ୍ଥା ବୁଝି ଫେରିଥିଲେ । ରାଣୀ ଭି ସୁଜ୍ଞାନୀ କୁମାରୀ ଦେଓ ବିଳମ୍ବିତ ରାତିରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି । ରାଣୀଙ୍କ ବିୟୋଗ ରେ ଖଲ୍ଲିକୋଟ ଓ କବିସୂର୍ଯ୍ୟନଗର ନିର୍ବାଚନ ମଣ୍ଡଳୀ ଅଞ୍ଚଳରେ ଶୋକର ଛାୟା ଖେଳି ଯାଇଛି । ସେ ଖଲ୍ଲିକୋଟ ନିର୍ବାଚନ ମଣ୍ଡଳୀ ରେ ୮ ଥର ବିଧାୟିକା ଭାବେ ନିର୍ବାଚିତ ହୋଇଥିବା ବେଳେ ୨ଥର କବିସୂର୍ଯ୍ୟନଗର ନିର୍ବାଚନ ମଣ୍ଡଳୀରୁ ବିଧାୟିକା ଭାବେ ନିର୍ବାଚିତ ହୋଇଥିଲେ। ତେବେ ତାଙ୍କ ବିୟୋଗରେ କବିସୂର୍ଯ୍ୟନଗର ବିଧାୟିକା ଲତିକା ପ୍ରଧାନ ଗଭୀର ଶୋକ ପ୍ରକାଶ କରିଛନ୍ତି lଏକ ଶୋକ ବାର୍ତ୍ତା ରେ ସେ କହିଛନ୍ତି ଯେ “ଖଲ୍ଲିକୋଟ ରାଣୀ ପୂର୍ବତନ ବରିଷ୍ଠ ବିଧାୟିକା ଭି ସୁଜ୍ଞାନ କୁମାରୀ ଦେଓଙ୍କ ବିୟୋଗରେ ମୁଁ ଗଭୀର ମର୍ମାହତ l ତାଙ୍କ ଦୀର୍ଘ ଦିନର ରାଜନୈତିକ ଯାତ୍ରା ଥିଲା ଅବିସ୍ମରଣୀୟ l 10 ଥର ବିଧାୟିକା ଭାବେ ନିର୍ବାଚିତ ହେଵା ତାଙ୍କ ଜନପ୍ରିୟତାର ପ୍ରମାଣ ଥିଲା l ଜଣେ ସ୍ପଷ୍ଟବାଦୀ, କ୍ଷମତା ପ୍ରତି ଚିର ଅନାସକ୍ତ ରାଜନେତ୍ରୀ ଭାବେ ସେ ଜନମାନସରେ ସୁପରିଚିତ ଥିଲେ l 5 ଦଶନ୍ଧି ଧରି ଖଲ୍ଲିକୋଟ ଓ କବିସୂର୍ଯ୍ୟନଗର ବିଧାୟିକାଭାବେ ସେ ଜନସାଧାରଣଙ୍କ ସେବାରେ ଆଜୀବନ ବ୍ରତୀ ଥିଲେ  ଓ ଅଞ୍ଚଳର ସାମଗ୍ରିକ ବିକାଶରେ ଗୁରୁତ୍ବପୂର୍ଣ୍ଣ ଭୂମିକା ନେଇଥିଲେ l  ତାଙ୍କ ବିୟୋଗରେ ଓଡ଼ିଶାର ରାଜନୀତି କ୍ଷେତ୍ରରେ ଏକ ଦାରୁଣ ଓ ଅପୂରଣୀୟ  କ୍ଷତି ହୋଇଛି” l ବିଧାୟିକା ଶ୍ରୀମତୀ ଲତିକା ପ୍ରଧାନ ତାଙ୍କର ଅମର ଆତ୍ମାର ସଦଗତି କାମନା କରିବା ସଂଗେ ସଙ୍ଗେ ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ଗଭୀର ସମବେଦନା ଜଣାଇଛନ୍ତି l”

Related posts

ଅସହାୟ ବୃଦ୍ଧବୃଦ୍ଧାଙ୍କୁ କମ୍ବଳ ବଣ୍ଟନ

mahabharatanews

ଆଜିଠୁ ୬୧ ଦିନ ଯାଏଁ ମାଛଧରା ବନ୍ଦ

mahabharatanews

ପୁରୀ ପୋଲିସର ବଡ଼ ସଫଳତା: ଖୋଲିଲା କୃଷ୍ଣଚନ୍ଦ୍ର ପ୍ରତିହାରୀଙ୍କ ହତ୍ୟା ମାମଲାର ଗୁମର

mahabharatanews