ଭୁବନେଶ୍ୱର: ଯୁକ୍ତ ୩ ଓ ପିଜି ଛାତ୍ରଛାତ୍ରୀଙ୍କ ଲାଗି ନୂଆ-ଓ ସ୍କଲାରସିପ ଘୋଷଣା । +୩ ଓ ପିଜି ଛାତ୍ରଛାତ୍ରୀଙ୍କୁ ମିଳିବ ଛାତ୍ରବୃତ୍ତି । ଏନେଇ ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି ଛାତ୍ରଛାତ୍ରୀଙ୍କୁ ଜଣାଇଛନ୍ତି ୫-ଟି ଅଧ୍ୟକ୍ଷ ଭି.କେ ପାଣ୍ଡିଆନ । ଚଳିତ ବର୍ଷରୁ ମିଳିବ ଏହି ସ୍କଲାରସିପ୍ । ଆସନ୍ତା ୨୦ରୁ ୨୫ ତାରିଖ ମଧ୍ୟରେ ସ୍କଲାରସିପ୍ ମିଳିବାକୁ ଥିବା ବେଳେ ପ୍ରାୟ ୯୫ ପ୍ରତିଶତ ଛାତ୍ରଛାତ୍ରୀ ହେବେ ଉପକୃତ। ଆସନ୍ତା ବର୍ଷରୁ ଛାତ୍ରଛାତ୍ରୀଙ୍କ ଲାଗି ୩ଶହ କୋଟିର କର୍ପସ ଫଣ୍ଡ । ନୂଆ ଓ କାର୍ଯ୍ୟକ୍ରମ ଲାଗି ଏ କର୍ପସ ଫଣ୍ଡ । କୋ-କରିକୁଲାର ଆକ୍ଟିଭିଟିଜ୍ ପାଇଁ ଏକ୍ସଟ୍ରା ପଏଣ୍ଟ ବ୍ୟବସ୍ଥା । ଛାତ୍ରଛାତ୍ରୀଙ୍କୁ ବିଭିନ୍ନ ପ୍ରତିଯୋଗିତାରେ ଭାଗ ନେବାକୁ ପଡିବ । କୋ-କରିକୁଲାର ଆକ୍ଟିଭିଟିଜରେ ପ୍ରଦର୍ଶନ ଅନୁସାରେ ମିଳିବ ପଏଣ୍ଟ । ଅଧିକ ପଏଣ୍ଟ ପାଇବେ ଅଧିକ ଟଙ୍କା ସ୍କଲାରସିପ୍ ମିଳିବ । ଛାତ୍ରଛାତ୍ରୀଙ୍କ ଲାଗି ବିଭିନ୍ନ ପ୍ରତିଯୋଗିତା ହେବ । ଏ ସବୁଥିରେ ଭାଗନଲେ ସ୍ଲଲାରସିପ ଟଙ୍କା ବଢି ଚାଲିବ । ଅଂଶଗ୍ରହଣ କଲେ ଅଧିକ ଇନସେଣ୍ଟିଭସ ମିଳିବ । ଛାତ୍ରମାନେ ୯ ହଜାରୁ ଆରମ୍ଭ କରି ୧୫ ହଜାର ଟଙ୍କା ପର୍ଯ୍ୟନ୍ତ ସ୍କଲାରସିପ ପାଇପାରିବେ। ସେହିଭଳି ଛାତ୍ରୀମାନେ ୧୦ ହଜାରରୁ ୧୫ ଟଙ୍କା ପର୍ଯ୍ୟନ୍ତ ସ୍କଲାରସିପ ପାଇପାରିବେ।
ସରକାରୀ କର୍ମଚାରୀ ଓ ଆୟକର ଭରୁଥିବା ଅଭିଭାବକଙ୍କ ପିଲାଙ୍କୁ ଏହି ଛାତ୍ରବୃତ୍ତି ମିଳିବନି । ସବୁ ଛାତ୍ରଛାତ୍ରୀଙ୍କୁ ଛାତ୍ରବୃତ୍ତି ଦେବାରେ ସାରା ଭାରତବର୍ଷରେ ଓଡ଼ିଶା ପ୍ରଥମ । ଛାତ୍ରବୃତ୍ତି ସହ ଅଧିକ ଟଙ୍କା ମଧ୍ୟ ପାଇପାରିବେ ଛାତ୍ରଛାତ୍ରୀ । ନୂଆ-ଓ କାର୍ଯ୍ୟକ୍ରମ ପାଇଁ ୩୦୦ କୋଟି ଟଙ୍କାର କର୍ପସ ଫଣ୍ଡ ରଖିଛନ୍ତି । ତେଣୁ କଲେଜରେ ହେଉଥିବା ଅନ୍ୟାନ୍ୟ କାର୍ଯ୍ୟକ୍ରମରେ ଭାଗ ନେଲେ କିଛି ପଏଣ୍ଟ ପାଇବେ ଛାତ୍ରଛାତ୍ରୀ । ଅଧିକ ପଏଣ୍ଟ ପାଇଲେ ଅଧିକ ଟଙ୍କା ପାଇପାରିବେ ଛାତ୍ରଛାତ୍ରୀ । ମୁଖ୍ୟମନ୍ତ୍ରୀଙ୍କର ଏହା ଐତିହାସିକ ନିଷ୍ପତ୍ତି ବୋଲି କହିଲେ ଭି.କେ ପାଣ୍ଡିଆନ ।