ଓଡିଶା

ଆଉ ୬ଜିଲ୍ଲାରେ ଲକ୍ଷ୍ମୀ ବସ୍

(ଭୁବନେଶ୍ୱର) : ଆଉ ୬ଟି ଜିଲ୍ଲାରେ ଗଡିଲା ଲକ୍ଷ୍ମୀ ବସ୍ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନ୍ଫରେନ୍ସିଂ ଜରିଆରେ ଖୋର୍ଦ୍ଧା, ପୁରୀ, କେନ୍ଦ୍ରାପଡା, ଭଦ୍ରକ, ଯାଜପୁର ଓ ନୟାଗଡ ଜିଲ୍ଲାରେ ଲକ୍ଷ୍ମୀ ବସ୍ ଯୋଜନାର କଲେ ଶୁଭାରମ୍ଭ । ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ‘ଗାଁ ଲୋକମାନେ ଲକ୍ଷ୍ମୀ ବସ୍ ଜରିଆରେ ସୁବିଧାରେ ଓ କମ ଖର୍ଚ୍ଚରେ ସେମାନଙ୍କର ଦୈନନ୍ଦିନ କାର୍ଯ୍ୟ କରିପାରିବେ ।

ସୂଚନାନୁଯାୟୀ , ଲକ୍ଷ୍ମୀ ବସ୍ ଆମର ଜୀବନ ଯାତ୍ରାକୁ ସହଜ କରିବ, ଘରେ ଘରେ ସମୃଦ୍ଧି ଆଣିବ । ଲୋକଙ୍କ ଇଚ୍ଛାକୁ ସମ୍ମାନ ଦେଇ ଓଡିଶା ସରକାର ଯୋଜନା କରିଥାନ୍ତି । ୫ଟି ଅଧ୍ୟକ୍ଷ ତଥା ମୁଖ୍ୟମନ୍ତ୍ରୀ କାର୍ଯ୍ୟାଳୟର ଜିଲାଗସ୍ତ ପରେ ଲୋକଙ୍କ ଅସୁବିଧାକୁ ଅନୁଭବ କରିଥିଲୁ ଏବଂ ଲୋକଙ୍କ ପ୍ରସ୍ତାବକୁ ଅନୁଶୀଳନ କରି ଗାଁ ଲୋକଙ୍କର ଯୋଗାଯୋଗ ସମସ୍ୟା ଦୂର କରିବା ପାଇଁ ଲକ୍ଷ୍ମୀ ବସ ଯୋଜନା ପ୍ରସ୍ତୁତ କରାଯାଇଥିବା ମୁଖ୍ୟମନ୍ତ୍ରୀ କହିଛନ୍ତି । ଆଜିର ଶୁଭାରମ୍ଭ ପରେ ୬ଟି ଜିଲ୍ଲାର ୧୩୬୩ଟି ପଞ୍ଚାୟତରେ ୧୯୮ଟି ବସ୍ ଚାଲିଲା । ଏହା ଦ୍ୱାରା ୭୫ ଲକ୍ଷରୁ ଅଧିକ ଲୋକ ଉପକାର ପାଇଲେ ।

Related posts

 ସେପ୍ଟେମ୍ବର ପହିଲାରୁ ରାଉରକେଲା-କୋଲକାତାକୁ ଉଡ଼ିବ ବିମାନ 

mahabharatanews

ଦୁଇ ଦିନ ଭିତରେ ଏମ୍ସ ଡାକ୍ତରଖାନାରୁ ଡିସଚାର୍ଜ ହେବେ ଅଭିଜିତ

mahabharatanews

ରାଜ୍ୟସଭା ପ୍ରାର୍ଥୀ ଭାବେ ନାମାଙ୍କନ ଭରିଲେ ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ

mahabharatanews