(ଭୁବନେଶ୍ୱର) : ଆଜି ଚୌଦ୍ୱାର ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ । ଓଟିଏମ ଜମିରେ ଟେକ୍ସଟାଇଲ ପାର୍କର ଶିଳାନ୍ୟାସ କରିବେ ନବୀନ । ଓଟିଏମର ୪୭୮ ଏକର ଜମିରେ ଆନୁମାନିକ ୩ହଜାର ୫୦କୋଟି ଟଙ୍କା ବ୍ୟୟରେ ଏକ ନୂଆ ଟେକ୍ସଟାଇଲ ଶିଳ୍ପ ପ୍ରତିଷ୍ଠା ହେବାକୁ ଥିବା ବେଳେ ୧୦ ହଜାର ନିଯୁକ୍ତି ସୃଷ୍ଟି ନେଇ ମଧ୍ୟ ଲକ୍ଷ୍ୟ ଧାର୍ଯ୍ୟ କରାଯାଇଛି ।
ସୂଚନାନୁଯାୟୀ , ଦୀର୍ଘ ଦିନର ଦାବି ପରେ ଏଠାରେ ନୂଆ ଟେକ୍ସଟାଇଲ ପାର୍କ ନିର୍ମାଣ ହେବାକୁ ଯାଉଥିବା ବେଳେ ନିଯୁକ୍ତିରେ ସ୍ଥାନୀୟ ଅଂଚଳର ଯୁବକ ଯୁବତୀ ମାନେ ସୁଯୋଗ ପାଇବେ । ରାଜ୍ୟ ସରକାର ଓଟିଏମର ମୋଟ ୫୨୨ ଏକର ଜମିକୁ ନିଜ ଅଧିନକୁ ନେଇ ସେଥିରୁ ଟେକ୍ସଟାଇଲ ପାର୍କ ପାଇଁ ୱେଲସ୍ପନ୍ କମ୍ପାନୀକୁ ପ୍ରଥମ ପର୍ଯ୍ୟାୟରେ ୨୩୦ ଏକର ଜମି ଯୋଗାଇ ଦେଇଛନ୍ତି । ପର୍ଯ୍ୟାୟକ୍ରମେ କମ୍ପାନୀକୁ ବାକି ଜମି ମଧ୍ୟ ସରକାର ଯୋଗାଇଦେବେ । ୪୦ ବର୍ଷରେ ପାଦ ଦେଲେ ଏବି ଡି ଭିଲିୟର୍ସ, ଏବେ ବି ବୋଲର ଦେଖିଲେ ଡରନ୍ତି ସେହିପରି ଦୀର୍ଘ ୧୭ ବର୍ଷ ଧରି ଏଠାରେ ରହୁଥିବା କଲୋନୀ ବାସୀଙ୍କୁ ଘର ଦେବା ସହିତ ଜମି ଯୋଗାଇଦେବାକୁ ମଧ୍ୟ ପ୍ରତିଶ୍ରୁତି ଦେଇଛନ୍ତି ସରକାର ।