ଓଡିଶା

ଶିଳାନ୍ୟାସ ହେଲା ‘ଟେକ୍ସଟାଇଲ ପାର୍କ’ 

(ଚୌଦ୍ୱାର): ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଚୌଦ୍ୱାରରେ ବିଶ୍ୱ ପ୍ରସିଦ୍ଧ ବୟନଶିଳ୍ପ କମ୍ପାନୀ ୱେଲସ୍ପନର ଟେକ୍ସଟାଇଲ କମ୍ପ୍ଲେକ୍ସ ପାଇଁ ଶିଳାନ୍ୟାସ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଆଜି ଚୌଦ୍ବାର ପାଇଁ ବହୁତ ଖୁସିର ଦିନ। ଚୌଦ୍ବାର ଆଜି ତାର ଗୌରବ ଫେରି ପାଇବାକୁ ଯାଉଛି। ପଚାଶ ଦଶକର ଆରମ୍ଭରେ ବିଜୁ ବାବୁ ଚୌଦ୍ବାରରେ ଶିଳ୍ପ ବିକାଶର ଭିତ୍ତି ରଖିଥିଲେ ।

ସୂଚନାନୁଯାୟୀ , ଆଜି ପୁଣି ଥରେ ଚୌଦ୍ବାର ପାଇଁ, କଟକ ଜିଲ୍ଲା ପାଇଁ, ସାରା ଓଡିଶା ପାଇଁ ଶିଳ୍ପ କ୍ଷେତ୍ରରେ ନୂଆ ଇତିହାସ ଲେଖାଗଲା ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ସୂଚନାଯୋଗ୍ୟ ଯେ ୱେଲସ୍ପନ ଗ୍ରୁପ ବିଶ୍ୱର ଏକ ପ୍ରସିଦ୍ଧ ବୟନ ସାମଗ୍ରୀ ଉତ୍ପାଦନ କମ୍ପାନୀ। ଚୌଦ୍ୱାରରେ ଏହା ଏକ ଇଣ୍ଟିଗ୍ରେଟେଡ୍‌ ଟେକ୍ସଟାଇଲ ମାନୁଫାକ୍ଚରିଂ ଫାସିଲିଟି ଏବଂ ୱେୟାରହାଉସିଂ କମ୍ପ୍ଲେକ୍ସ ନିର୍ମାଣ କରୁଛି। ଏଥିପାଇଁ କମ୍ପାନୀ ୩,୦୫୦ କୋଟି ଟଙ୍କାର ପୁଞ୍ଜି ବିନିଯୋଗ କରୁଛି। ଏହା ଦ୍ୱାରା ୧୦ ହଜାର ନିଯୁକ୍ତି ସୁଯୋଗ ସୃଷ୍ଟି କରିବ। ଏହା ସହିତ କ୍ଷୁଦ୍ର ଓ ମଧ୍ୟମ ଶିଳ୍ପଗୁଡିକୁ ବ୍ୟାପାର କ୍ଷେତ୍ରରେ ବିପୁଳ ସମ୍ଭାବନା ସୃଷ୍ଟି ହେବା ସହିତ ରାଜ୍ୟର ଶିଳ୍ପ ବାତାବରଣରେ ଉନ୍ନତି ଆସିବ।

Related posts

ବାଇକ୍ ଆରୋହୀଙ୍କୁ ଚାପିଦେଲା ଟ୍ରକ

mahabharatanews

ଆଜି ଦାୟିତ୍ୱ ନେବେ ପ୍ରଦୀପ କୁମାର ଜେନା |

mahabharatanews

 ସନ ହସ୍ପିଟାଲ ବନ୍ଦ

mahabharatanews