(ଦିଲ୍ଲୀ) : ପ୍ରଧାନମନ୍ତ୍ରୀ ମୋଦି ଆସନ୍ତାକାଲି ଜାମ୍ମୁ ଗସ୍ତରେ ଯାଇ ୩୦,୫୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ଏକାଧିକ ଉନ୍ନୟନ ମୂଳକ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ କରିବେ । ଏହି କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ଜାମ୍ମୁ ଓ କାଶ୍ମୀରର ପ୍ରାୟ ୧୫୦୦ ନୂତନ ସରକାରୀ ନିଯୁକ୍ତି ପାଇଥିବା ବ୍ୟକ୍ତିଙ୍କୁ ନିଯୁକ୍ତି ଆଦେଶ ବଣ୍ଟନ କରିବେ ।
ସୂଚନାନୁଯାୟୀ , ପୂର୍ବାହ୍ନ ପ୍ରାୟ ସାଢ଼େ ୧୧ଟାରେ ଜାମ୍ମୁର ମୌଲାନା ଆଜାଦ ଷ୍ଟାଡିୟମରେ ଆୟୋଜିତ ଏକ ସାର୍ବଜନୀନ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ଏକାଧିକ ଉନ୍ନୟନ ମୂଳକ ପ୍ରକଳ୍ପର ଉଦଘାଟନ କରିବେ, ରାଷ୍ଟ୍ର ଉଦ୍ଦେଶ୍ୟରେ ଲୋକାର୍ପଣ ଓ ଶିଳାନ୍ୟାସ କରିବେ । ସ୍ୱାସ୍ଥ୍ୟ, ଶିକ୍ଷା, ରେଳ, ସଡ଼କ, ବିମାନ ଚଳାଚଳ, ପେଟ୍ରୋଲିୟମ, ନାଗରିକ ଭିତ୍ତିଭୂମି ସମେତ ଅନେକ କ୍ଷେତ୍ର ସହିତ ଏହି ପ୍ରକଳ୍ପ ଗୁଡିକ ଜଡିତ ।ପ୍ରଧାନମନ୍ତ୍ରୀ ‘ବିକଶିତ ଭାରତ ବିକଶିତ ଜାମ୍ମୁ’ କାର୍ଯ୍ୟକ୍ରମ ଅନ୍ତର୍ଗତ ବିଭିନ୍ନ ସରକାରୀ ଯୋଜନାର ହିତାଧିକାରୀ ମାନଙ୍କ ସହ ଆଲୋଚନା କରିବେ ।
