ଓଡିଶା

 ଆସନ୍ତାକାଲିଠୁ ଆରମ୍ଭ ହେବ ବିଶ୍ୱ ପ୍ରସିଦ୍ଧ ଯୋରନ୍ଦା ମେଳା 

(ଢେଙ୍କାନାଳ) :  ଆସନ୍ତାକାଲିଠୁ ବିଶ୍ୱ ପ୍ରସିଦ୍ଧ ଯୋରନ୍ଦା ମେଳା ଆରମ୍ଭ ହେବାକୁ ଯାଉଛି । ଆସନ୍ତା ୨୨ରୁ ୨୪ ପର୍ଯ୍ୟନ୍ତ ୩ ଦିନ ବ୍ୟାପୀ ପାଳିତ ହେବ ଏହି ମେଳା । ଏଥିପାଇଁ ସମସ୍ତ ପ୍ରକାରର ବ୍ୟବସ୍ଥାମାନ ମଧ୍ୟ କରାଯାଇଛି । ମାଘମାସରେ ମହିମା ସାଧୁଙ୍କ ମନ୍ତ୍ରରେ ପ୍ରକମ୍ପିତ ହେବ ମହିମା ପୀଠ । ସେଥିପାଇଁ ସଜେଇ ହେଲାଣି ଢେଙ୍କାନାଳ ଜିଲ୍ଲା ଯୋରନ୍ଦା ମହିମାଗାଦୀ ପୀଠ ।  ଏନେଇ ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି ସରିବା ସହିତ ଟ୍ରାଫିକ୍ ନିୟନ୍ତ୍ରଣ, ଶୃଙ୍ଖଳିତ ଦର୍ଶନ ପାଇଁ ବ୍ୟାରିକେଡ ବ୍ୟବସ୍ଥା କରାଯାଇଛି। ଏବଂ ପରିସ୍ଥିତି ନିୟନ୍ତ୍ରଣ ପାଇଁ ବ୍ୟାପକ ପୁଲିସ ଫୋର୍ସ ମୁତୟନ କରାଯାଇଥିବା ନେଇ ଢେଙ୍କାନାଳ ଜିଲ୍ଲାପାଳ ସୂଚନା ଦେଇଛନ୍ତି ।

ସୂଚନାନୁଯାୟୀ , ଯୋରନ୍ଦା ମହିମାଗାଦୀ ପୀଠକୁ ରାଜ୍ୟ ତଥା ରାଜ୍ୟ ବାହାରୁ ଲକ୍ଷାଧିକ ମହିମା ଭକ୍ତ ଓ ସାଧୁସନ୍ଥଙ୍କର ଆଗମନ ଆରମ୍ଭ ହେଲାଣି । ବିଶ୍ୱର ମଙ୍ଗଳ କାମନା ଉଦ୍ଦେଶ୍ୟରେ ୨ ଦିନ ଧରି ଜଳିବ ଝାଡଦୀପ। ସୂର୍ଯ୍ୟଙ୍କୁ ପୂଜାରୁ ନେଇ ସମସ୍ତ ନୀତି ପାଳିବେ ମହିମାଧର୍ମୀ ମାନେ । ଏହି ଅବସରରେ ମୁଖ୍ୟ ଆକର୍ଷଣ ପାଲଟିବ ଝାଡଦୀପ । ମହଣ ମହଣ ଘିଅରେ ଆହୂତି ଦିଆଯିବ । ଚଳିତ ବର୍ଷ ୪ଲକ୍ଷ ଭକ୍ତ ସମାଗମ ହେବାକୁ ଥିବାବେଳେ ସୁରକ୍ଷା ପ୍ରତି ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଛି । ମେଳାଟି ବିଗତ ଦିନ ଅପେକ୍ଷା ଆହୁରି ଭଲରେ ହୋଇପାରିବ ସେନେଇ ଚେଷ୍ଟା କରାଯାଇଛି।

Related posts

ତୁରନ୍ତ ଋଣ ଶୁଝିବାକୁ ଏସଏଚଜି ଗ୍ରୁପ ମହିଳାଙ୍କୁ ଫାଇନାନ୍ସ କମ୍ପାନୀର ଧମକ

mahabharatanews

ଟ୍ରାକ୍ଟର ଓଲଟି ଡ୍ରାଇଭର ମୃତ

mahabharatanews

ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୯୦୪ ସଂକ୍ରମିତ ଚିହ୍ନଟ

mahabharatanews