ଓଡିଶା

ଆଜି ଗଜଉଧାରଣ ବେଶ ଦର୍ଶନ ଦେବେ ଶ୍ରୀଜିଉ

(ପୁରୀ): ଆଜି ପବିତ୍ର ମାଘ ପୁର୍ଣିମା । ଏହି ଅବସରରେ ଆଜି ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କ ଗଜଉଧାରଣ ବେଶ ଅନୁଷ୍ଠିତ ହେବ । ଏହି ବେଶରେ ଶ୍ରୀଜଗନ୍ନାଥ ଚତୁର୍ଭୁଜ ହୋଇ ଶଙ୍ଖ, ଚକ୍ର, ଗଦା ଓ ପଦ୍ମ ଧାରଣ କରି ଠାକୁର ଗରୁଡ ଉପରେ ବସିବା ଭଙ୍ଗୀରେ ଥାଇ ଲକ୍ଷ୍ମୀ ପ୍ରତିମାଙ୍କୁ କୋଳରେ ଧାରଣ କରିବେ । ଶ୍ରୀ ବଳଭଦ୍ର ଚତୁଃହସ୍ତରେ ଶଙ୍ଖ, ଚକ୍ର, ହଳ, ମୁଷଳ ଧାରଣ କରି ବାସୁଦେବଙ୍କ ରୂପରେ ବିରାଜମାନ କରିବେ ।

ସୂଚନାନୁଯାୟୀ ,  ସେହିପରି ଦେବୀ ସୁଭଦ୍ରା ଶ୍ରୀକୃଷ୍ଣଙ୍କ ସଦୃଶ ପାଦ ଛନ୍ଦି ଏକ ପଦ୍ମ କଢ଼ ଧରି ଶ୍ରଦ୍ଧାଳୁଙ୍କୁ ଦର୍ଶନ ଦେବେ । ମଧ୍ୟାନ ଧୂପ ପରେ ଶ୍ରୀମନ୍ଦିର ରତ୍ନସିଂହାସନ ଉପରେ ମହାପ୍ରଭୁଙ୍କ ଏହି ବେଶ ଅନୁଷ୍ଠିତ ହେବ । ସନ୍ଧ୍ୟାଧୂପ ପରେ ଠାକୁରଙ୍କୁ ଖିରି ଓ ଅମାଲୁ ଭୋଗ କରାଯିବ ।

Related posts

ଜିଲ୍ଲାପାଳଙ୍କ ଯୁଗ୍ମ ଜନ ଶୁଣାଣି

mahabharatanews

ଟାଙ୍ଗୀ ସାମ୍ବାଦିକ ସଂଘ ପକ୍ଷରୁ ଜାତୀୟ ସାମ୍ବାଦିକତା ଦିବସ ପାଳନ

mahabharatanews

ହିନ୍ଦୋଳ ପୋଲିସର ଅତର୍କିତ ଚଢ଼ାଉ , ୭ ପେଟିରୁ ଉର୍ଦ୍ଧ ବିଦେଶୀ ମଦ ଜବତ

mahabharatanews