ଓଡିଶା

ଜାଣନ୍ତୁ ନୂତନ ବିଜ୍ଞାପିତ ଅଞ୍ଚଳର ନାମ

(ଭୁବନେଶ୍ୱର) : ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟର ୨୦ଟି ଜିଲ୍ଲାରେ ୩୪ଟି ନୂତନ ବିଜ୍ଞପିତ ଅଞ୍ଚଳ ପରିଷଦ ଗଠନ ଏବଂ ଚାରିଟି ଜିଲାର ପାଞ୍ଚ ଟି ଏନଏସି କୁ ମୁନିସିପାଲିଟି କୁ ଉନ୍ନୀତ କରାଯିବା ବିଷୟ ଘୋଷଣା କରିଛନ୍ତି ।

ମୁଖ୍ୟମନ୍ତ୍ରୀଙ୍କ ଘୋଷଣା ଅନୁଯାୟୀ ନୂତନ ବିଜ୍ଞାପିତ ଅଞ୍ଚଳ ପରିଷଦ ଗୁଡିକ ହେଲା – ଅନୁଗୋଳ ଜିଲ୍ଲାର ପାଲଲହଡା ଓ ଛେଣ୍ଡିପଦା, ବାଲେଶ୍ୱର ଜିଲ୍ଲାର ବସ୍ତା ଓ ସିମୁଳିଆ, ବରଗଡ ଜିଲ୍ଲାର ପାଇକମାଳ ଓ ଭେଡେନ, ଭଦ୍ରକ ଜିଲ୍ଲାର ଅଗରପଡା, ବଲାଙ୍ଗିର ଜିଲ୍ଲାର ବେଲପଡା ଓ ସଂଇତଳା, ଯାଜପୁର ଜିଲ୍ଲାର ବିଞ୍ଝାରପୁର, ପାଣିକୋଇଲି, ଜାରକା ଓ ଚଣ୍ଡିଖୋଲ, କଳହାଣ୍ଡି ଜିଲ୍ଲାର ଜୟପାଟଣା, କନ୍ଧମାଳ ଜିଲ୍ଲାର ରାଇକିଆ, କୋରାପୁଟ ଜିଲ୍ଲାର ବୋରିଗୁମା, ନୂଆପଡା ଜିଲ୍ଲାର ସିନାପାଲି, ରାୟଗଡ ଜିଲ୍ଲାର ଚାନ୍ଦିଲି, ମୁନିଗୁଡା ଓ ବିଷମକଟକ, ସୁବର୍ଣ୍ଣପୁର ଜିଲ୍ଲାର ଡୁଙ୍ଗୁରିପାଲି, ସୁନ୍ଦରଗଡ ଜିଲ୍ଲାର ବଣେଇ, ଗଞ୍ଜାମ ଜିଲ୍ଲାର ଶେରଗଡ ଓ କୁକୁଡାଖଣ୍ଡି, ନୟାଗଡ ଜିଲ୍ଲାର କଣ୍ଟିଲୋ, ଖୋର୍ଦ୍ଧା ଜିଲ୍ଲାର ଟାଙ୍ଗୀ ଓ ବେଗୁନିଆ, କଟକ ଜିଲ୍ଲାର ସାଲେପୁର, ବଡମ୍ବା, ନରସିଂହପୁର ଓ ନିଆଳି, ମୟୁରଭଞ୍ଜ ଜିଲ୍ଲାର ବେତନଟି, ଢେଙ୍କାନାଳ ଜିଲ୍ଲାର ପରଜଙ୍ଗ ଏବଂ ବୌଦ୍ଧ ଜିଲ୍ଲାର କଣ୍ଟାମାଳ।

Related posts

ହାଇକୋର୍ଟର ତିନି ନୂଆ ବିଚାରପତିଙ୍କ ଶପଥପାଠ

mahabharatanews

ଦକ୍ଷିଣାଞ୍ଚଳ ଡିଆଇଜିଙ୍କ ଛତ୍ରପୁର ପୋଲିସ ବାରାକ ପରିଦର୍ଶନ

mahabharatanews

ଦେବଗଡ଼ ଜିଲ୍ଲା ବାରକୋଟ ବିଦ୍ୟୁତ୍ ବିଭାଗର ମକଡ୍ରିଲ

mahabharatanews