ଓଡିଶା

ରାଜ୍ୟରେ ଖୋଲିବ ୫ ହଜାର ମିଶନ ଶକ୍ତି ବଜାର

(ଭୁବନେଶ୍ୱର) : ମିଶନ ଶକ୍ତି ମାଆ ମାନଙ୍କ ପାଇଁ ଖୁସି ଖବର । ମାଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୩ଟି ବଡ଼ ଭେଟି ଦେଇଛନ୍ତି । ବିନା ସୁଧରେ ୧ ୦ଲକ୍ଷ ଟଙ୍କା ପର୍ୟ୍ୟନ୍ତ ମିଶନ ଶକ୍ତି ଋଣ ମା’ମାନଙ୍କୁ ମିଳିବ । ଯେଉଁମାନେ ପୂର୍ବରୁ ଋଣ ବାବଦ ସୁଧ ଭରିଥିବେ, ସେମାନଙ୍କ ସୁଧ ଟଙ୍କା ଫେରସ୍ତ ହେବ । ଏ ବାବଦରେ ୧୪୫ କୋଟି ଟଙ୍କାର ସୁଧ ଫେରସ୍ତ ହେବ । ସେହିଭଳି ୟୁନିଫର୍ମ ଓ ବ୍ଲେଜର ପାଇଁ ୭୦ ଲକ୍ଷ ମହିଳା ଓ ଦେଢ ଲକ୍ଷ ମିଶନ ଶକ୍ତି ଲିଡରଙ୍କୁ ୭୩୦ କୋଟି ଟଙ୍କାର ଆର୍ଥିକ ସହାୟତା ଦିଆଯିବ ।

ତେବେ ସବୁଠାରୁ ବଡ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ । ଆଗାମୀ ୫ ବର୍ଷରେ ରାଜ୍ୟରେ ୫ ହଜାର ମିଶନ ଶକ୍ତି ବଜାର ଖୋଲାଯିବ । ଚଳିତବର୍ଷ ମିଶନ ଶକ୍ତିର ମା’ ମାନେ ୧୫ ହଜାର କୋଟି ଟଙ୍କା ଋଣ ପାଇଛନ୍ତି। ଆସନ୍ତା ୫ ବର୍ଷରେ ମିଶନ ଶକ୍ତି ମା’ଙ୍କୁ ୭୫ ହଜାର କୋଟି ଟଙ୍କାର ଋଣ ଯୋଗାଇ ଦିଆଯିବ। ଏହାସହ ସୁଧ ଫେରସ୍ତ ବାବଦକୁ ୧୪୫ କୋଟି ଟଙ୍କା ପ୍ରଦାନ କରିଛନ୍ତି ମୁଖ୍ୟମନ୍ତ୍ରୀ । ସେହିଭଳି ଗତ ୫ ବର୍ଷରେ ୯୨୫ କୋଟି ଟଙ୍କା ଫେରସ୍ତ କରାଯାଇଛି । ମା’ ମାନେ ଏବେ ସରକାରଙ୍କ ବିଭିନ୍ନ କାର୍ଯ୍ୟକ୍ରମରେ ସହଭାଗୀ ହେଉଛନ୍ତି । ନୂଆ ଓଡ଼ିଶା ଗଠନରେ ସାମିଲ ହୋଇଛନ୍ତି ମିଶନ ଶକ୍ତି ମା’।

Related posts

ଚତୁର୍ଦ୍ଧା ମୂର୍ତ୍ତିଙ୍କ ବିଗ୍ରହ ପ୍ରତିଷ୍ଠା, ଜଗନ୍ନାଥ ମନ୍ଦିର ପ୍ରତିଷ୍ଠା ଉତ୍ସବ

mahabharatanews

ନବଜାତ ଶିଶୁ କନ୍ୟାର ମୃତଦେହ ଉଦ୍ଧାର

mahabharatanews

ଧଉଳି ଗଣଦୁଷ୍କର୍ମ ମାମଲାର ମୁଖ୍ୟ ଅଭିଯୁକ୍ତକୁ ଗଞ୍ଜାମରୁ ଉଠାଇ ଆଣିଲା କମିଶନରେଟ ପୋଲିସ

mahabharatanews