ଓଡିଶା

ଆଜି ଓଡିଶା ଆସୁଛନ୍ତି ରାଷ୍ଚ୍ରପତି ଦ୍ରୌପଦୀ ମୁର୍ମୁ

(ଭୁବନେଶ୍ୱର) : ଆଜି ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଚ୍ରପତି ଦ୍ରୌପଦୀ ମୁର୍ମୁ । ଏହି ଗସ୍ତ ସମୟରେ ମହାମହିମ ଉତ୍କଳ ବିଶ୍ୱବିଦ୍ୟାଳୟ ସମାବର୍ତ୍ତନ ସମାରୋହରେ ଯୋଗଦେବା ନେଇ କୁଳପତି ପ୍ରଫେସର ସବିତା ଆଚାର୍ଯ୍ୟ ସୂଚନା ଦେଇଛନ୍ତି ।

ସୂଚନାନୁଯାୟୀ , ସନ୍ଧ୍ୟା ୫.୨୫ରେ କାର୍ଯ୍ୟକ୍ରମ ଆରମ୍ଭ ହେବ । ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମୁଖ୍ୟ ଅତିଥି ଭାବେ ଯୋଗ ଦେବେ । କୁଳଧିପତି ତଥା ରାଜ୍ୟପାଳ ରଘୁବର ଦାସ ଏହି କାର୍ଯ୍ୟକ୍ରମରେ ଅଧକ୍ଷତା କରିବେ । ଉଚ୍ଚ ଶିକ୍ଷା ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକ ମଧ୍ୟ ଅନ୍ୟତମ ଅତିଥି ଭାବେ ରହିବେ । ଏହି ଅବସରରେ ୧୬୬ ଜଣ ପିଏଚଡି ପାଇବେ ଏବଂ ୯୫ସ୍ବର୍ଣ୍ଣ ପଦକ ଏବଂ ୬ଜଣଙ୍କୁ ଏଣ୍ଡୋମେଣ୍ଟ ଭାବେ ସ୍ବର୍ଣ୍ଣ ପଦକ ପ୍ରଦାନ କରାଯିବ ।

Related posts

୧୮ ଜିଲ୍ଲାରେ ଝଡ଼ବର୍ଷା ସହ ବଜ୍ରପାତର ସମ୍ଭାବନା, ଓ୍ଵାର୍ଣ୍ଣିଂ ଜାରି

mahabharatanews

ସ୍କୁଟିକୁ ଧକ୍କା ଦେଲା ପିକ୍ଅପ୍ ଭ୍ୟାନ, ୨ ମୃତ

mahabharatanews

ବାବା ଧବଳେଶ୍ୱରଙ୍କୁ ଦର୍ଶନ କଲେ କେନ୍ଦ୍ର ରେଳମନ୍ତ୍ରୀ

mahabharatanews