ଓଡିଶା

ଭୁବନେଶ୍ୱରରେ ମାଇକ୍ରୋସଫ୍ଟର ସହ-ପ୍ରତିଷ୍ଠାତା ବିଲ ଗେଟ୍ସ୍

(ଭୁବନେଶ୍ୱର) : ଓଡ଼ିଶା ଗସ୍ତରେ ଆସି ଭୁବନେଶ୍ୱରରେ ପହଞ୍ଚିଛନ୍ତି ମାଇକ୍ରୋସଫ୍ଟର ସହ-ପ୍ରତିଷ୍ଠାତା ବିଲ ଗେଟ୍ସ୍ । ଭୁବନେଶ୍ବରରେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବେ ବିଲ୍ ଗେ୍ସ । ସେ ଆଜି ମାଆ ମଙ୍ଗଳା ବସ୍ତି ଗସ୍ତ କରି ମୁକ୍ତା ଓ ଜାଗା ମିଶନରେ ହୋଇଥିବା ବିକାଶମୂଳକ କାର୍ଯ୍ୟ ବୁଲି ଦେଖିବେ । ଏହାସହ ଯୋଜନାରେ କିଭଳି ଲୋକଙ୍କୁ ଥଇଥାନ କରାଯାଇଛି ସେନେଇ ଅନୁଧ୍ୟାନ କରିବେ ବିଲ ଗେଟ୍ସ୍ ।

ସୂଚନାନୁଯାୟୀ , କିଟ୍ ଆଉ କିସର ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତଙ୍କ ସହ ଏକ ବୈଠକ କାର୍ଯ୍ୟକ୍ରମ ରହିଛ । ଏହାପରେ କୃଷି ଭବନ ପରିଦର୍ଶନ କରିବା ସହ କୃଷି ସମୀକ୍ଷା କେନ୍ଦ୍ର ଯାଇ ଅନୁଧ୍ୟାନ କରିବେ । ବିଲ୍ ଆଣ୍ଡ ମେଲିନ୍ଦା ଗେଟ୍ସ୍ ଫାଉଣ୍ଡେସନର ବୈଷୟିକ ସହଯୋଗରେ ଚାଲିଛି କୃଷି ସମୀକ୍ଷା କେନ୍ଦ୍ର । କୃଷିର ଇଣ୍ଟିଗ୍ରେଟେଡ୍ କମାଣ୍ଡ ସିଷ୍ଟମ ଭାବେ କୃଷି ସମୀକ୍ଷା କେନ୍ଦ୍ର କାମ କରୁଛି । କୃଷି ସମୀକ୍ଷା କେନ୍ଦ୍ର ଜରିଆରେ ଜମି ନଥିବା ଚାଷୀଙ୍କୁ ମଧ୍ୟ ପରାମର୍ଶ ଦିଆଯାଉଛି । ଏହାପରେ ବିଲ୍ ଗେଟସ୍ ମିଶନ ଶକ୍ତି ବଜାର ମଧ୍ୟ ଯିବାର କାର୍ଯ୍ୟକ୍ରମ ରହିଛି । ପରେ ନବୀନ ନିବାସ ଯାଇ ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ କରିବେ ।

Related posts

ପ୍ରଥମ ମହିଳା ମୁଖ୍ୟ ଶାସନ ସଚିବ ପଦ ସମ୍ଭାଳିବେ ଅନୁ ଗର୍ଗ

mahabharatanews

ଭାରସାମ୍ୟ ହରାଇ ବିଦ୍ୟୁତ ଖୁଣ୍ଟରେ ଧକ୍କା ଦେଲା କାର

mahabharatanews

 ବିଶ୍ବପ୍ରସିଦ୍ଧ ଐତିହାସିକ ବାଲିଯାତ୍ରା; ୩୦ରୁ ପଞ୍ଜିକରଣ 

mahabharatanews