ଓଡିଶା

ବଢ଼ିଲା ଅଙ୍ଗନବାଡି କର୍ମୀଙ୍କର ମାସିକ ପାରିଶ୍ରମିକ

(ଭୁବନେଶ୍ୱର) : ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଏକ ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ନେଇ ରାଜ୍ୟର ଅଙ୍ଗନବାଡି କର୍ମୀ ମାନଙ୍କର ମାସିକ ପାରିଶ୍ରମିକରେ ବୃଦ୍ଧି ଘୋଷଣା କରିଛନ୍ତି । ଏହା ସହିତ ଅଙ୍ଗନବାଡି କର୍ମିଙ୍କର ସେବା ବିରତି ପ୍ରୋତ୍ସାହନ ରାଶିରେ ବୃଦ୍ଧି ସହିତ ସାମାଜିକ ସୁରକ୍ଷା ଭାବରେ ସେମାନଙ୍କୁ ଅନୁକମ୍ପା ସହାୟତା ମିଳବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି।

ସୂଚନାନୁଯାୟୀ , ଏହାଦ୍ବାରା ରାଜ୍ୟର ୧ ଲକ୍ଷ ୪୮ ହଜାର ଅଙ୍ଗନବାଡି କର୍ମୀ, ମିନି ଅଙ୍ଗନବାଡି କର୍ମୀ ଓ ଅଙ୍ଗନବାଡି ସହାୟିକା ଉପକୃତ ହେବେ । ଏଥିପାଇଁ ରାଜ୍ୟ ସରକାର ବର୍ଷକୁ ଅତିରିକ୍ତ ୩୫୦ କୋଟି ଟଙ୍କା ଖର୍ଚ୍ଚ କରିବେ । ୫ଟି ତଥା ନବୀନ ଓଡିଶା ଅଧ୍ୟକ୍ଷ ଶ୍ରୀ କାର୍ତ୍ତିକ ପାଣ୍ଡିଆନଙ୍କ ବିଭିନ୍ନ ଜିଲ୍ଲାଗସ୍ତ ସମୟରେ ଅଙ୍ଗନବାଡି କର୍ମୀ ତଥା ସେମାନଙ୍କ ସଙ୍ଗଠନ ଗୁଡିକ ତାଙ୍କୁ ଭେଟି ଏହି ପାରିଶ୍ରମିକ ବୃଦ୍ଧି ସମ୍ପର୍କରେ ଅନୁରୋଧ ଓ ପ୍ରସ୍ତାବ ଦେଇଥିଲେ। ଅଙ୍ଗନବାଡି କର୍ମୀ ମାନଙ୍କ ମାସିକ ପାରିଶ୍ରମିକ ୭୫୦୦ ଟଙ୍କାରୁ ୧୦ ହଜାର ଟଙ୍କାକୁ ବୃଦ୍ଧି କରାଯାଇଥିବା ବେଳେ ମିନି ଅଙ୍ଗନବାଡି କର୍ମୀଙ୍କ ପାରିଶ୍ରମିକ ୫୩୭୫ ଟଙ୍କାରୁ ୭୨୫୦ ଟଙ୍କା ହେଲା । ସେହିପରି ଅଙ୍ଗନବାଡି ସହାୟିକାଙ୍କ ପାରିଶ୍ରମିକ ୩୭୫୦ ଟଙ୍କାରୁ ୫୦୦୦ ଟଙ୍କାକୁ ବୃଦ୍ଧି କରାଗଲା। ଏହି ବର୍ଦ୍ଧିତ ପାରିଶ୍ରମିକ ୨୦୨୩ ଅକ୍ଟୋବର ପହିଲାରୁ ପିଛିଲା ଭାବେ ଲାଗୁ ହେବ।

Related posts

ଦଉଡି ଦେଇ ଯୁବତୀଙ୍କ ଆତ୍ମହତ୍ୟା

mahabharatanews

ଆସନ୍ତା ୧୦ ତାରିଖକୁ ମାଣ୍ଡିଆ ଦିବସ ଭାବେ ପାଳନ କରିବେ ରାଜ୍ୟ ସରକାର

mahabharatanews

ବର୍ଷା ସହ ବଜ୍ରପାତ ସମ୍ଭାବନା; ୧୫ ଜିଲ୍ଲାକୁ ୱାର୍ଣ୍ଣିଂ ଜାରି

mahabharatanews