ଓଡିଶା

ବଢ଼ିଲା ଗଣଶିକ୍ଷକଙ୍କ ଦରମା

(ଭୁବନେଶ୍ୱର) :  ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟର ଗଣଶିକ୍ଷକ ମାନଙ୍କ ପାଇଁ କେତେକ ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି। ଏହି ନିଷ୍ପତ୍ତି ଦ୍ବାରା ରାଜ୍ୟର ୧୨,୧୧୩ ଜଣ ଗଣଶିକ୍ଷକ ଉପକୃତ ହେବେ । ସେହିପରି OTET ପାସ କରିନଥିବା ଗଣଶିକ୍ଷକ ମାନଙ୍କ ମାସିକ ପାରିତୋଷିକ ୭ ହଜାର ଟଙ୍କାରୁ ୧୦ ହଜାର ଟଙ୍କାକୁ ବୃଦ୍ଧି କରାଯାଇଛି। ଏହାଦ୍ୱାରା ୧୧୨୧ ଜଣ ଗଣଶିକ୍ଷକ ଉପକୃତ ହେଲେ । ଏହାସହିତ ଯେଉଁ ସହକାରୀ ଶିକ୍ଷକ (ଏକ୍ସ କ୍ୟାଡର) ମାନଙ୍କୁ ବାର୍ଷିକ ଇନ୍‌କ୍ରିମେଣ୍ଟ ମିଳୁ ନାହିଁ, ସେମାନଙ୍କ ମଧ୍ୟରୁ OTET ପାସ କରିଥିବା ସହକାରୀ ଶିକ୍ଷକ (ଏକ୍ସ କ୍ୟାଡର) ମାନଙ୍କୁ ବାର୍ଷିକ ଇନ୍‌କ୍ରିମେଣ୍ଟ ପ୍ରଦାନ କରାଯିବ ।

ସୂଚନାନୁଯାୟୀ ,  ନବୀନ ଓଡିଶା ଅଧ୍ୟକ୍ଷ ଓ କାର୍ତ୍ତିକ ପାଣ୍ଡିଆନଙ୍କ ଜିଲ୍ଲାଗସ୍ତ ସମୟରେ ବିଭିନ୍ନ ସ୍ଥାନରେ ଗଣଶିକ୍ଷକ ମାନେ ଏଥିପାଇଁ ଅନୁରୋଧ ଓ ପ୍ରସ୍ତାବ ଦେଇଥିଲେ । ଏହି ପ୍ରସ୍ତାବକୁ ବିଚାରକୁ ନେଇ ମୁଖ୍ୟମନ୍ତ୍ରୀ ନିଷ୍ପତ୍ତି ଗ୍ରହଣ କରିଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି ଅନୁଯାୟୀ OTET ପାସ କରିଥିବା ଗଣଶିକ୍ଷକ ମାନଙ୍କୁ Med ଶିକ୍ଷକ (ଏକ୍ସ କ୍ୟାଡର) ଭାବରେ ନିୟମିତ କରାଯିବ। ଏହାଦ୍ୱାରା ରାଜ୍ୟର ୧୪୭୨ ଗଣଶିକ୍ଷକ ଉପକୃତ ହେଲେ ।  ଏହାଦ୍ୱାରା ୯୫୨୦ ସହକାରୀ ଶିକ୍ଷକ (ଏକ୍ସ କ୍ୟାଡର) ଉପକୃତ ହେବେ ।

Related posts

ଅତାବିରାରେ ଚାଷୀଙ୍କ ରାସ୍ତା ଅବରୋଧ

mahabharatanews

‘ମୋ ମାଟି ମୋ ଦେଶ’ କାର୍ଯ୍ୟକ୍ରମରେ ଯୋଗ ଦେବେ କେନ୍ଦ୍ରମନ୍ତ୍ରୀ

mahabharatanews

କୋଣାର୍କରେ କିନ୍ନର ମହାସଂଘର ସଫେଇ କାର୍ଯ୍ୟକ୍ରମ

mahabharatanews