ଓଡିଶା

ମହମ୍ମଦ ମୋକିମଙ୍କ ନିର୍ବାଚନକୁ ଅସିଦ୍ଧ ଘୋଷଣା 

(କଟକ) :  କଟକ-ବାରବାଟୀ ବିଧାୟକ ମହମ୍ମଦ ମୋକିମଙ୍କ ନିର୍ବାଚନକୁ ଅସିଦ୍ଧ ଘୋଷଣା କରିଛନ୍ତି ହାଇକୋର୍ଟ । ନାମାଙ୍କନ ବେଳେ ଭୁଲ ତଥ୍ୟ ଦେଇଥିବା ନେଇ ଅଭିଯୋଗ ହୋଇଥିଲା । ଯାହାର ଶୁଣାଣି କରି ହାଇକୋର୍ଟ ଏଭଳି ରାୟ ଦେଇଛନ୍ତି । ଗତ ୨୦୧୯ ବିଧାନସଭା ନିର୍ବାଚନରେ ନାମାଙ୍କନ ଦାଖଲ ବେଳେ ଅପରାଧିକ ମାମଲାର ସବିଶେଷ ତଥ୍ୟ ଦେଇ ନ ଥିଲେ ମୋକିମ ।

ସୂଚନାନୁଯାୟୀ , ନାମାଙ୍କନ ପତ୍ରରେ ଏସମ୍ପର୍କୀତ ତଥ୍ୟ ଲୁଚାଇଥିବାରୁ ତାହା RTI ଆକ୍ଟକୁ ଉଲ୍ଳଘଂନ କରୁଛି ବୋଲି ବିଜେଡି ନେତା ଦେବାଶିଷ ସାମନ୍ତରାୟ ଅଭିଯୋଗ କରିଥିଲେ । ନିର୍ବାଚନ ସତ୍ୟପାଠରେ ଅନିୟମିତତା ଥିବା ନେଇ ଅଭିଯୋଗ ଆଣିଥିଲେ ଦେବାଶିଷ । ଯାହାର ଶୁଣାଣି ଶେଷ ହେବା ପରେ ରାୟ ସଂରକ୍ଷିତ କରିଥିଲେ ହାଇକୋର୍ଟ । ଯାହାର ଶୁଣାଣି କରି ଆଜି ହାଇକୋର୍ଟ ମୋକିମଙ୍କ ନିର୍ବାଚନକୁ ଅସିଦ୍ଧ ଘୋଷଣା କରିଛନ୍ତି । ନାସା ଗତ ୫ ବର୍ଷ ଧରି ମୋକିମ କଟକ-ବାରବାଟୀରୁ ବିଧାୟକ ଭାବେ ନିର୍ବାଚିତ ହୋଇ ନିଜ କାର୍ଯ୍ୟ ସମ୍ପାଦନ କରୁଥିବା ବେଳେ ଏବେ ତାହା ଅସିଦ୍ଧ ହୋଇ ଯାଇଛି।

 

Related posts

ଧୋଇଗଲା ଅସ୍ଥାୟୀ ପୋଲ,ଯୋଗାଯୋଗ ବିଚ୍ଛିନ୍ନ

mahabharatanews

ପୁଣି ବିରୋଧୀଙ୍କ ନାରାବାଜି: ଦିନ ୪ଟା ପର୍ଯ୍ୟନ୍ତ ଗୃହ ମୁଲତବୀ

mahabharatanews

ଓଡିଶାରେ ରାହୁଲଙ୍କ ‘ଭାରତ ଯୋଡ଼ୋ ନ୍ୟାୟ ଯାତ୍ରା’ 

mahabharatanews