ଓଡିଶା

ଅତ୍ୟାଧୁନିକ ସ୍ପୋର୍ଟସ କମ୍ପେ୍ଲକ୍ସ ଉଦଘାଟିତ 

(ଭୁବନେଶ୍ୱର) : ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କୋରାପୁଟ ଜିଲ୍ଲା ଜୟପୁରଠାରେ ଏକ ଅତ୍ୟାଧୁନିକ ସ୍ପୋର୍ଟସ କମ୍ପେ୍ଲକ୍ସର ଉଦ୍‌ଘାଟନ କରିଛନ୍ତି । ଏହି ଅବସରରେ ସେ ଓଡ଼ିଶାର ୧୨ଟି ଜିଲ୍ଲାରେ ୨୬ଟି ବହୁମୁଖୀ ଇନଡୋର ଷ୍ଟାଡିୟମର ମଧ୍ୟ ଶୁଭାରମ୍ଭ କରିଛନ୍ତି । ୧୧ ଏକର ପରିମିତ ଏହି ଜୟପୁରର ସ୍ପୋର୍ଟସ କମ୍ପେ୍ଲକ୍ସରେ ଏକ ପ୍ରାକୃତିକ ଫୁଟବଲ ପଡ଼ିଆ ଓ ସିନ୍େଥଟିକ୍ ଆଥଲେଟିକ୍ ଟ୍ରାକ୍ ରହିଛି ।

ସୂଚନାନୁଯାୟୀ , ୫୦୦ ଦର୍ଶକ ବସିବାର କ୍ଷମତା ରହିଛି । ଏଠାରେ ଅନ୍ତର୍ଜାତୀୟ ମାନର ଉପକରଣ ସହିତ ଏକ ଜିମ୍ନାଷ୍ଟିକ୍ ସେଣ୍ଟର, ଅଲିମ୍ପିକ୍ ଆକାରର ସୁଇମିଂ ପୁଲ୍‌, ଦୁଇଟି ସିନ୍େଥଟିକ୍ ଟେନିସ୍ କୋର୍ଟ ଏବଂ ଗୋଟିଏ ବାସ୍କେଟବଲ୍ କୋର୍ଟ ରହିଛି । ସୁସ୍ଥ ଜୀବନଶୈଳୀକୁ ପ୍ରୋତ୍ସାହିତ କରିବା ଏବଂ କ୍ରୀଡ଼ା ପରିବେଶ ସୃଷ୍ଟି ଦିଗରେ ଓଡ଼ିଶା ନିଜର ପ୍ରୟାସକୁ ଅଧିକ ସୁଦୃଢ଼ କରିବା ସହିତ ୧୨ଟି ଜିଲ୍ଲାରେ ୨୬ଟି ବହୁମୁଖୀ ଇନ୍‌ଡୋର ଷ୍ଟାଡିୟମ ନିର୍ମାଣ କରାଯାଇଛି । ଯେଉଁଥିରେ ବ୍ୟାଡମିଣ୍ଟନ, ଟେବୁଲ ଟେନିସ, ଯୋଗ, ଚେସ୍‌, ଭାରୋତ୍ତୋଳନ ଓ ଜିମ୍ ଆଦି କ୍ରୀଡ଼ା ପାଇଁ ସୁବିଧା ରହିଛି । ଗାଁଠାରୁ ସହର ପର୍ଯ୍ୟନ୍ତ ରାଜ୍ୟର ସବୁ ସ୍ଥାନରେ ବୃତ୍ତିଗତ କ୍ରୀଡାର ବିକାଶ ପାଇଁ ୫ଟି ଉପକ୍ରମ ଅଧୀନରେ ଏହି ପ୍ରକଳ୍ପଗୁଡ଼ିକ କାର୍ଯ୍ୟକାରୀ କରାଯାଇଛି ।

Related posts

ଅକ୍ଟୋବରରେ ଖଣି ନିଲାମ,ଡିସେମ୍ବରରେ ବାତିଲ

mahabharatanews

ଆସୁଛି ଦୁଇଟି ଲଘୁଚାପ; ଓଡ଼ିଶାରେ ବର୍ଷା ସମ୍ଭାବନା

mahabharatanews

କେବଳ ଗ୍ରୀନ୍ କ୍ରାକରକୁ ଅନୁମତି

mahabharatanews