ଭାରତ

କେ କବିତାଙ୍କୁ ଗିରଫ କଲା ଇଡି 

(ଦିଲ୍ଲୀ) : ତେଲଙ୍ଗାନାର ପୂର୍ବତନ ମୁଖ୍ୟମନ୍ତ୍ରୀ କେସିଆର ଏବଂ ବିଆରଏସ ଏମଏଲସି କେ. କବିତାଙ୍କ ହାଇଦ୍ରାବାଦସ୍ଥିତ ବାସଭବନରେ ଏନଫୋର୍ସମେଣ୍ଟ ଡାଇରେକ୍ଟୋରେଟ (ଇଡି) ଆଜି ଚଢାଉ କରିଥିଲା । ଆଉ ବର୍ତ୍ତମାନ ଏହି ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଶୁକ୍ରବାର ଭାରତ ରାଷ୍ଟ୍ର ସମିତି (ବିଆର୍ଏସ୍‌) ଏମ୍‌ଏଲ୍‌ସି କେ କବିତାଙ୍କୁ ଗିରଫ କରିଛି ।

ସୂଚନାନୁଯାୟୀ , ତଦନ୍ତକାରୀ ସଂସ୍ଥାର ଏକ ଟିମ୍ ତାଙ୍କ ହାଇଦ୍ରାବାଦ ସ୍ଥିତ ବାସଭବନରେ ଚଢ଼ାଉ କରିବାର କିଛି ଘଣ୍ଟା ପରେ ବିଆର୍ଏସ୍ ନେତ୍ରୀଙ୍କୁ ଗିରଫ କରାଯାଇଥିଲା । ଆଇନଗତ ପ୍ରକ୍ରିୟା ଶେଷ ହେବା ପରେ କବିତାଙ୍କୁ ତଦନ୍ତ ପାଇଁ ଦିଲ୍ଲୀ ଅଣାଯିବ ବୋଲି ସୂତ୍ରରୁ ଜଣାପଡ଼ିଛି ।ତେଲେଙ୍ଗାନାର ପୂର୍ବତନ ମୁଖ୍ୟମନ୍ତ୍ରୀ କେ ଚନ୍ଦ୍ରଶେଖର ରାଓଙ୍କ ଝିଅ କବିତା ଚଳିତ ବର୍ଷ ତଦନ୍ତକାରୀ ଏଜେନ୍‌ସି ଦ୍ୱାରା ଜାରି ହୋଇଥିବା ଅତି କମରେ ଦୁଇଟି ସମନକୁ ଏଡ଼ାଇ ଯାଇଥିଲେ ।

Related posts

ରାଜପଥର ନାମ ବଦଳି ହେଲା କର୍ତ୍ତବ୍ୟ ପଥ

mahabharatanews

ଦେଶରେ କମୁଥିବା ବେଳେ ରାଜ୍ୟରେ ବଢିବାରେ ଲାଗିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା

mahabharatanews

 କନ୍ନୌଜରୁ ନିର୍ବାଚନ ଲଢିବେ ସୁପ୍ରିମୋ ଅଖିଲେଶ ଯାଦବ

mahabharatanews