ଓଡିଶା

କାଳବୈଶାଖୀ ପ୍ରଭାବ ହେତୁ ୟେଲୋ ୱାର୍ଣ୍ଣିଂ ଜାରି

(ଭୁବନେଶ୍ୱର) : ଉପକୂଳ ଓ ଉତ୍ତର ଓଡ଼ିଶାରେ ପାଗ କୋହଲା ରହିବା ସହ ଆଜି ତାପମାତ୍ରା ସାମାନ୍ୟ ହ୍ରାସ ପାଇଛି। ମାତ୍ର ଅନୁଗୁଳ ସମେତ ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ତାତି ଜାରି ରହିଛି। ତେବେ ପରବର୍ତୀ ୩ରୁ ୪ ଦିନ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ତାପମାତ୍ରା ୩ରୁ ୫ ଡିଗ୍ରି ତଳକୁ ଖସିବାର ସମ୍ଭାବନା ରହିଥିବା ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି।

ସୂଚନାନୁଯାୟୀ ,ଆସନ୍ତା ୨୦ ତାରିଖ ପର୍ଯ୍ୟନ୍ତ ଓଡ଼ିଶାରେ ବିଭିନ୍ନ ଜିଲ୍ଲା ପାଇଁ ଏସ୍‌ଆରସିଙ୍କ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ଶନିବାର ସକାଳ ସୁଦ୍ଧା ଉପକୂଳ ଓ ଉତ୍ତର ଓଡ଼ିଶାରେ କାଳବୈଶାଖୀ ସହ ବଜ୍ରପାତ ହୋଇପାରେ। ତେବେ ପରବର୍ତ୍ତୀ ୪୮ ଘଣ୍ଟା ମଧ୍ୟରେ ମୟୂରଭଞ୍ଜ, କେନ୍ଦୁଝର, ଅନୁଗୁଳ, ଢେଙ୍କାନାଳ, ବୌଦ୍ଧ, କଳାହାଣ୍ଡି, କନ୍ଧମାଳ, ନୟାଗଡ଼, କଟକ, ଯାଜପୁର, ଝାରସୁଗୁଡ଼ା, ସୁନ୍ଦରଗଡ଼, ବାଲେଶ୍ବର, ଭଦ୍ରକ, ସମ୍ବଲପୁର, ଦେବଗଡ଼ ଜିଲ୍ଲାର ଗୋଟିଏ ଦୁଇଟି ଜିଲ୍ଲାରେ କାଳବୈଶାଖୀ ହେବାକୁ ଥିବାରୁ ଜିଲ୍ଲାପାଳମାନଙ୍କୁ ସତର୍କ କରାଯାଇଛି। ୧୮ ତାରିଖରେ ନୂଆପଡ଼ା, ବରଗଡ଼, ସୁନ୍ଦରଗଡ଼, ସୁନ୍ଦରଗଡ଼, ଝାରସୁଗୁଡ଼ା, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଦେବଗଡ଼, ଢେଙ୍କାନାଳ, ଯାଜପୁର, ଭଦ୍ରକରେ କାଳବୈଶାଖୀ ପ୍ରଭାବ ରହିବ। ୧୯ ତାରିଖ ସକାଳଠାରୁ ୨୦ ତାରିଖ ସକାଳ ସାଢ଼େ ୮ଟା ମଧ୍ୟରେ ଅନୁଗୁଳ, ଢେଙ୍କାନାଳ, ବୌଦ୍ଧ, କଳାହାଣ୍ଡି, କନ୍ଧମାଳ, ଖୋର୍ଦ୍ଧା, ନୟାଗଡ଼ ସମେତ ଉପକୂଳ ଜିଲ୍ଲାଗୁଡ଼ିକରେ ୪୦ରୁ ୫୦ କିମି ବେଗରେ ପବନ ସହ କାଳବୈଶାଖୀ ଯୋଗୁଁ ଲୋକେ ପ୍ରଭାବିତ ହେବାର ଆଶଙ୍କା ରହିଛି।

Related posts

ବଡଦିନ ପରଠାରୁ ରାଜ୍ୟରେ ଆହୁରି ବଢିବ ଶୀତ

mahabharatanews

ଆଜିଠୁ ଆରମ୍ଭ +୨ ପରୀକ୍ଷା

mahabharatanews

ଆଜି ନବୀନଙ୍କୁ ଭେଟିବେ ସୌରଭ ଦାଦା 

mahabharatanews