ଓଡିଶା

ରାଜ୍ୟରେ ଲାଗି ରହିଛି ପ୍ରବଳ ବର୍ଷା

(ଭୁବନେଶ୍ୱର)  : ବିଜୁଳି ଘଡ଼ଘଡ଼ି ସହ ଅସମ୍ଭାଳ ବର୍ଷା । ରାଜ୍ୟରେ ପ୍ରବଳ ବର୍ଷା ଲାଗି ରହିଛି । ଆଜି ବି ଦିନ ସାରା ଏଭଳି ସ୍ଥିତି ଲାଗି ରହିପାରେ । ରାଜଧାନୀ ଭୁବନେଶ୍ବର ସମେତ ରାଜ୍ୟର ବିଭିନ୍ନ ସ୍ଥାନରେ ଜାରି ରହିଛି ବର୍ଷା । ଖୋର୍ଦ୍ଧା, ନୟାଗଡ଼, ପୁରୀ, ଜଗତସିଂହପୁର, କଟକ, ଗଞ୍ଜାମ ଓ କନ୍ଧମାଳ ଜିଲ୍ଲାରେ ବର୍ଷା ହୋଇଛି । କାଳବୈଶାଖୀ ତାଣ୍ଡବରେ ଝଡ଼ ତୋଫାନ ସହ କୁଆ ପଥର ମାଡ଼ ହୋଇଛି ।

ସୂଚନାନୁଯାୟୀ , ଅନ୍ୟପଟେ ବୁଧବାର ଦିନ ଉପକୂଳ ଓଡ଼ିଶାର କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଗଜପତି, ଗଞ୍ଜାମ, ଖୋର୍ଦ୍ଧା, ନୟାଗଡ଼, ପୁରୀର ଗୋଟିଏ ଦୁଇଟି ସ୍ଥାନରେ ୭୦ରୁ ୧୧୦ ମିଲିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ । ବର୍ଷା ପବନ ସାଙ୍ଗକୁ ଘଡ଼ଘଡ଼ି ମଧ୍ୟ ମାରିବ । ପାଣିପାଗ ବିଭାଗ ପକ୍ଷରୁ ଆଜି ୯ଟି ଜିଲ୍ଲାକୁ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ନେଇ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ଏହି ଜିଲ୍ଲା ଗୁଡ଼ିକ ହେଲା କେନ୍ଦୁଝର, ଅନୁଗୁଳ, ଢେଙ୍କାନାଳ, ଯାଜପୁର, କନ୍ଧମାଳ, କଳାହାଣ୍ଡି, ବଲାଙ୍ଗିର, ସୁବର୍ଣ୍ଣପୁର ଓ ବୌଦ୍ଧ ।

Related posts

ପ୍ରବଳ ବର୍ଷା ସମ୍ଭାବନା ; ୧୯ ପର୍ଯ୍ୟନ୍ତ ମସ୍ୟଜୀବିଙ୍କୁ ସମୁଦ୍ର ମନା

mahabharatanews

ହତ୍ୟା ଘଟଣାକୁ ୧୩ ମାସ ବିତିଯାଇଥିଲେ ବି ପୋଲିସର ହାତ ଖାଲି

mahabharatanews

ପବିତ୍ର ଅକ୍ଷୟ ତୃତୀୟ ଅବସରରେ ମୁଖ୍ୟମନ୍ତ୍ରୀଙ୍କ ଶୁଭେଚ୍ଛା

mahabharatanews