ଓଡିଶା

 ଆଜିଠୁ ବଦଳିବ ପାଗ 

(ଭୁବନେଶ୍ୱର) : ଆଜିଠୁ ବଦଳିବ ପାଗ । ଆସନ୍ତାକାଲିଠାରୁ ୨୪ ତାରିଖ ମଧ୍ୟରେ ରାଜ୍ୟର ଅଧିକାଂଶ ସ୍ଥାନରେ ଦିନ ତାପମାତ୍ରା ୮ରୁ ୧୦ ଡିଗ୍ରୀ ସେଲ୍‌ସିୟସ ପର୍ଯ୍ୟନ୍ତ ବୃଦ୍ଧି ପାଇବାର ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛ । ସେହିପରି ଆଜି ସକାଳୁ ଭୁବନେଶ୍ବର, କଟକ ସମେତ ରାଜ୍ୟର ବିଭିନ୍ନ ସ୍ଥାନରେ ଘନ କୁହୁଡ଼ି ଦେଖିବାକୁ ମିଳିଛି ।

ସୂଚନାନୁଯାୟୀ , ୨୪ ତାରିଖ ବେଳକୁ ଦିନର ତାପମାତ୍ରା ପୁଣି ୩୮ ଡିଗ୍ରୀ ଛୁଇଁବ ବୋଲି ପୂର୍ବାନୁମାନ ହୋଇଛି । ଗତ ୫ ବର୍ଷ ମଧ୍ୟରେ ମାର୍ଚ୍ଚ ୧୬ରୁ ୨୦ ତାରିଖ ଭିତରେ ଏଭଳି ବର୍ଷା ରେକର୍ଡ ହୋଇଛି । ଗତକାଲି ୧୨ଟି ସହରର ସର୍ବାଧିକ ଦିନ ତାପମାତ୍ରା ୨୨ଡିଗ୍ରୀ ତଳେ ରହିଥିଲା । ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଅନୁଯାୟୀ, ଆସନ୍ତା କାଲିଠାରୁ ରାଜ୍ୟରେ ପାଗ ଫିଟିବା ସମ୍ଭାବନା ରହିଛି । ୨୨ରୁ ରାଜ୍ୟରେ ପାଗ ମୁଖ୍ୟତଃ ଶୁଖିଲା ରହିବାର ସମ୍ଭାବନା ରହିଛି । ଆଗାମୀ ୨୧ ରୁ ୨୪ ତାରିଖ ମଧ୍ୟରେ ରାଜ୍ୟର ଅଧିକାଂଶ ସ୍ଥାନରେ ଦିନ ତାପମାତ୍ରା ୮ ରୁ ୧୦ ଡିଗ୍ରୀ ଯାଏଁ ବୃଦ୍ଧି ପାଇବାର ସମ୍ଭାବନା ରହିଛି।

Related posts

ଜେଲ ପାଚେରୀ ଡେଇଁ ଦୁଇ ବିଚାରାଧୀନ କଏଦୀ ଫେରାର

mahabharatanews

ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିର ପକ୍ଷରୁ ସୁବାଷ ଚନ୍ଦ୍ର ବୋଷ ଜୟନ୍ତୀ ଓ ବୀର ସୁରେନ୍ଦ୍ର ସାଏ ଜୟନ୍ତୀ ପାଳିତ ହୋଇଯାଇଛି।

mahabharatanews

ସ୍ମାର୍ଟ ସିଟିରେ ଖୋଲିବ ୨୪ ଘଣ୍ଟିଆ ଦୋକାନ, ବଢିବ ନିଯୁକ୍ତି

mahabharatanews