ଓଡିଶା

ଆଖି ବୁଜିଲେ ବରିଷ୍ଠ ରାଜନେତା ତଥା ପୂର୍ବତନ ମନ୍ତ୍ରୀ ଡାକ୍ତର ଦାମୋଦର ରାଉତ

(ଭୁବନେଶ୍ୱର) : ପରଲୋକରେ ବରିଷ୍ଠ ରାଜନେତା ତଥା ପୂର୍ବତନ ମନ୍ତ୍ରୀ ଡାକ୍ତର ଦାମୋଦର ରାଉତ । ୮୧ ବର୍ଷ ବୟସରେ ଶୁକ୍ରବାର ସକାଳ ୫ଟା ୨୩ ମିନିଟ ସମୟରେ ଏକ ଘରୋଇ ଡାକ୍ତରଖାନାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ଦେହାନ୍ତ ହୋଇଯାଇଛି। ଦାମୋଦରଙ୍କ ପୁଅ ତଥା ବିଧାୟକ ସମ୍ବିତ ରାଉତରାୟ ଏହି ସୂଚନା ଦେଇଛନ୍ତି।

ସୂଚନାନୁଯାୟୀ , ଓଡ଼ିଶା ରାଜନୀତିରେ ଦାମୋଦର ରାଉତ ବଡ଼ ରାଜନେତା ଭାବେ ଜଣାଶୁଣା ଥିଲେ। ପ୍ରଥମେ ଜନତା ଦଳ ଓ ପରବର୍ତ୍ତୀ ସମୟରେ ବିଜେଡିରୁ ବିଧାୟକ ଭାବେ ନିର୍ବାଚିତ ହେବା ସହ ନବୀନଙ୍କ ସରକାରରେ ଏକାଧିକ ଥର ମନ୍ତ୍ରୀ ଭାବେ ମଧ୍ୟ ଦାୟିତ୍ୱ ତୁଲାଇଥିଲେ। ତେବେ ୨୦୧୯ରେ ବିଜେପି ଟିକେଟରୁ ନିର୍ବାଚନ ଲଢି ପରାଜିତ ହୋଇଥିଲେ। କିନ୍ତୁ ପରବର୍ତ୍ତୀ ସମୟରେ ବିଜେପିକୁ ବାଏ ବାଏ କରି ପୁଣି ବିଜେଡିକୁ ଫେରିଥିଲେ।

Related posts

ସ୍ୱାସ୍ଥ୍ୟ କର୍ମକର୍ତ୍ତାଙ୍କୁ ଆକ୍ରମଣ: କଠୋର କାର୍ଯ୍ୟାନୁଷ୍ଠାନ ନେବାକୁ ନିର୍ଦ୍ଦେଶ

mahabharatanews

ହଜାରେ ସ୍ୱାବ ନମୂନା ସଂଗ୍ରହ କରିଥିବା ମଧୁସ୍ମିତାଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପ୍ରଶଂସା

mahabharatanews

ରେଣୁକା ଗଳି ଓ ମହାଦେବ ଲେନ ଅଞ୍ଚଳକୁ କଣ୍ଟନମେଣ୍ଟ ଜୋନ ଘୋଷଣା

mahabharatanews