ଓଡିଶାଭାରତ

ଆଜି ସୁନାବେଶରେ ଭକ୍ତଙ୍କୁ ଦର୍ଶନ ଦେବେ ଶ୍ରୀଜୁଉ

(ପୁରୀ) : ଆଜି ପବିତ୍ର ଦୋଳ ପୂର୍ଣ୍ଣମୀ । ତେବେ ଏହି ଅବସରରେ ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ସ୍ୱତନ୍ତ୍ର ନୀତିକାନ୍ତି । ରତ୍ନ ସିଂହାସନରେ ଶ୍ରୀଜିଉ ମାନେ ସୁନାବେଶରେ ଭକ୍ତଙ୍କୁ ଦର୍ଶନ ଦେବେ । ଦୋଳ ପୂର୍ଣ୍ଣିମା ଅବସରରେ ଆଜି ଶ୍ରୀମନ୍ଦିରରେ ଅନୁଷ୍ଠିତ ହେଉଛି ସ୍ୱତନ୍ତ୍ର ନୀତିକାନ୍ତି । ରାଜରାଜେଶ୍ବର ବେଶ ବା ସୁନାବେଶରେ ଆଜି ଭକ୍ତଙ୍କୁ ଦର୍ଶନ ଦେବେ ମହାପ୍ରଭୁ । ଏଥିପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ନୀତି ନିର୍ଘଣ୍ଟ ହୋଇଛି ।

ସୂଚନାନୁଯାୟୀ , ସୁନାବେଶରେ ଭକ୍ତଙ୍କ ଶୃଙ୍ଖଳିତ ଦର୍ଶନ ପାଇଁ ବିଶେଷ ଧ୍ୟାନ ଦେଇଛି ପ୍ରଶାସନ । ଦୋଳ ପୂର୍ଣ୍ଣିମା ଅବସରରେ ଶ୍ରୀଜୀଉଙ୍କ ଚଳନ୍ତି ପ୍ରତିମା ଦୋଳଗୋବିନ୍ଦ, ଭୁଦେବୀ ଓ ଶ୍ରୀଦେବୀ ଦୋଳବେଦୀକୁ ବିମାନରେ ବିଜେ କରିବେ । ପାଟବସ୍ତ୍ର ପିନ୍ଧିବା ସହ ୩୨ ପ୍ରକାରର ଅଳଙ୍କାର ଲାଗି ହେବେ ଚତୁର୍ଦ୍ଧାମୂର୍ତ୍ତି । ସକାଳ ଧୂପ ଶେଷ ହେବାପରେ ଘଣ୍ଟ ଘଣ୍ଟା କାହାଳୀ ପଟୁଆରରେ ଶ୍ରୀଜିଉଙ୍କ ଚଳନ୍ତି ପ୍ରତିମା ଦୋଳଗୋବିନ୍ଦ, ଭୂଦେବୀ ଓ ଶ୍ରୀଦେବୀ ବିମାନରେ ବସି ଦୋଳବେଦୀକୁ ବିଜେ କରିବେ । ଶ୍ରୀମନ୍ଦିରରୁ ଖଇକୋରା ପ୍ରସାଦ ପାଇ ଦୋଳଗୋବିନ୍ଦ, ଶ୍ରୀଦେବୀ ଭୂଦେବୀ ଦୋଳବେଦୀକୁ ବିଜେ କରିବା ସମୟରେ ଏଭଳି ନିଆରା ଦୃଶ୍ୟକୁ ବେଶ୍ ଉପଭୋଗ କରିଥାନ୍ତି ଭକ୍ତ ଆଜି ରତ୍ନସିଂହାସନରୁ ମହାପ୍ରଭୁ ରାଜାଧିରାଜ ଅର୍ଥାତ ସ୍ୱର୍ଣ୍ଣ ଅଳଙ୍କାରରେ ବିଭୂଷିତ ହୋଇ ସୁନା ବେଶରେ ଭକ୍ତଙ୍କୁ ଦର୍ଶନ ଦେବେ ।

Related posts

ପିଇବା ପାଣି ପାଇଁ ରେଳ ଧାରଣା ପାରହେବାକୁ ପଡୁଛି

mahabharatanews

ସ୍ମାର୍ଟ-୩ ଆଣ୍ଟି ସବମେରାଇନ ମିସାଇଲର ସଫଳ ପରୀକ୍ଷଣ 

mahabharatanews

ବଢୁଛି ଯମୁନା ନଦୀ ଜଳସ୍ତର, ହନ୍ତସନ୍ତ ଦିଲ୍ଲୀବାସୀ

mahabharatanews