ଓଡିଶା

ଗାଁଠୁ ସହର ସବୁଠି ରଙ୍ଗ ଖେଳର ମାହୋଲ

(ଭୁବନେଶ୍ୱର) :  ଆଜି ଓଡିଶା ପାଳୁଛି ହୋଲି । ଆଜିର ଦିନରେ ଜଣେ ଜଣକୁ ରଙ୍ଗ ବୋଳି ଶୁଭ କାମନା ସହ ଭାଇ ଚାରା ବାଣ୍ଟୁଥିବା ଦେଖିବାକୁ ମିଳିଛି । ଅବିର ଓ ରଙ୍ଗର ତାଳେ ତାଳେ ସଭିଙ୍କ ମନରେ ଭରିଯାଏ ଉତ୍ସାହ । ଗାଁଠୁ ସହର ସବୁଠି ଚାଲେ ରଙ୍ଗ ଖେଳର ମାହୋଲ ।

ପୌରାଣିକନୁଯାୟୀ , ହୋଲି ଖେଳ ପଛରେ ପୌରାଣିକ ତତ୍ୱ ବି ରହିଛି । ଅସୁର ରାଜା ହିରଣ୍ୟକଶ୍ୟପ ନିଜ ପୁଅ ପ୍ରହଲ୍ଲାଦଙ୍କୁ ମାରିବାକୁ ଷଡ଼ଯନ୍ତ୍ର ରଚିଥିଲେ । କାରଣ ପ୍ରହଲ୍ଲାଦ ଥିଲେ ବିଷ୍ଣୁଙ୍କ ପରମ ଭକ୍ତ । ଆଉ ହିରଣ୍ୟକଶ୍ୟପ ଏଥିରେ ଖୁବ୍ ରାଗିଯାଇ ନିଜ ଭଉଣୀ ହୋଲିକା ମାଧ୍ୟମରେ ପ୍ରହଲ୍ଲାଦଙ୍କୁ ହତ୍ୟା କରିବାକୁ ଷଡ଼ଯନ୍ତ୍ର ରଚିଥିଲେ । ହୋଲିକାକୁ ବର ମିଳିଥିଲା ଯେ, ସେ ନିଆଁରେ ଜଳିବ ନାହିଁ । ହେଲେ ସେ ଯେତେବେଳେ ପ୍ରହଲ୍ଲାଦଙ୍କୁ ଧରି ନିଆଁ ଭିତରକୁ ଗଲେ, ପ୍ରହଲ୍ଲାଦ ବିଷ୍ଣୁଙ୍କୁ ପ୍ରାର୍ଥନା କଲେ । ଆଉ ହୋଲିକା ନିଆଁ ପୋଡ଼ି ହୋଇ ପ୍ରାଣତ୍ୟାଗ କଲେ ।

Related posts

ଏପ୍ରିଲ ଶେଷରେ ମାଟ୍ରିକ ପରୀକ୍ଷା

mahabharatanews

ଜମି ବିବାଦକୁ ନେଇ ବୋମାମାଡ

mahabharatanews

ଖୁବ ଶୀଘ୍ର ଆସିବ କଂଗ୍ରେସ ତାଲିକା 

mahabharatanews