ଭାରତ

ଜେଲ୍‌ ଗଲେ କେ. କବିତା

(ଦିଲ୍ଲୀ) : ଜେଲ୍‌ ଗଲେ କେ. କବିତା । ବିଚାର ବିଭାଗୀୟ ହାଜତକୁ ଗଲେ BRS ନେତ୍ରୀ କେ. କବିତା । ଏପ୍ରିଲ ୯ ତାରିଖ ପର୍ଯ୍ୟନ୍ତ ବିଚାର ବିଭାଗୀୟ ହାଜତରେ ରହିବେ । ଏପ୍ରିଲ ୧ ତାରିଖରେ ମଧ୍ୟବର୍ତ୍ତୀକାଳୀନ ଜାମିନ ଆବେଦନର ଶୁଣାଣି । ଦିଲ୍ଲୀ ମଦ ନୀତି ସ୍କାମ୍‌ ମାମଲାରେ ଗିରଫ କରିଛି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ।

ସୂଚନାନୁଯାୟୀ , କେ କବିତାଙ୍କ ପରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ଗିରଫ କରିଥିଲା ଇଡି। ଦିଲ୍ଲୀ ଅବକାରୀ ନୀତି ଦୁର୍ନୀତି ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଗତ ୧୫ ତାରିଖରେ କେ କବିତାଙ୍କୁ ଗିରଫ କରିଥିଲା। ତା’ପରେ ତାଙ୍କୁ କୋର୍ଟରେ ହାଜର କରାଇ ରିମାଣ୍ଡରେ ନେଇଥିଲା ଇଡି। ଗତ ସପ୍ତାହରେ ତାଙ୍କୁ ଆଉ ଥରେ ରିମାଣ୍ଡରେ ନେବାକୁ ଇଡିକୁ ଅନୁମତି ଦେଇଥିଲେ କୋର୍ଟ । ପ୍ରତ୍ୟାହୃତ ହୋଇ ସାରିଥିବା ଦିଲ୍ଲୀ ଅବକାରୀ ନୀତିରୁ ଫାଇଦା ହାସଲ କରିବା ପାଇଁ ସେ କ୍ଷମତାସୀନ ଆପର ବରିଷ୍ଠ ନେତାମାନଙ୍କ ସହ ମିଶି ଷଡ଼ଯନ୍ତ୍ର କରିଥିବା ଅଭିଯୋଗ ହୋଇଛି।

Related posts

ଉପ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି ବରିଷ୍ଠ ବିଜେପି ନେତା ଦେବେନ୍ଦ୍ର ଫଡନାଭିସ

mahabharatanews

ହାରିସ ଆୟର୍ଲାଣ୍ଡର ସର୍ବକନିଷ୍ଠ ପ୍ରଧାନମନ୍ତ୍ରୀ

mahabharatanews

ପଦ୍ମ ଧରିଲେ ପ୍ରଥମ ଅଲିମ୍ପିକ୍ ପଦକ ବିଜେତା ବିଜୟନ୍ଦର ସିଂ

mahabharatanews