ଓଡିଶା

ମହାପ୍ରଭୁଙ୍କ ବନକଲାଗି ନୀତି; ୪ଘଣ୍ଟା ସାଧାରଣ ଦର୍ଶନ ବନ୍ଦ 

(ପୁରୀ) : ଆଜି ମହାପ୍ରଭୁଙ୍କ ହେବ ବନକଲାଗି ନୀତି । ଚୈତ୍ର କୃଷ୍ଣ ଦ୍ୱିତୀୟା ତିଥିରେ ଶ୍ରୀମନ୍ଦିରରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ଏଥିଲାଗି ୪ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ । ସନ୍ଧ୍ୟା ୬ଟାରୁ ରାତି ୧୦ପର୍ଯ୍ୟନ୍ତ ଦର୍ଶନ ବନ୍ଦ ରହିବ । ବନକଲାଗି ନୀତି ଅତ୍ୟନ୍ତ ଗୁପ୍ତ ନୀତି ହୋଇଥିବାରୁ ଏହି ସମୟରେ ଚତୁର୍ଦ୍ଧା ମୂରତିଙ୍କ ସାଧାରଣ ଭକ୍ତ ଦର୍ଶନ କରିପାରିବେ ନାହିଁ ।  ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି ।

ସୂଚନାନୁଯାୟୀ , ବନକଲାଗି ନୀତି ପାଇଁ ଜୟ ବିଜୟ ଦ୍ୱାର ବନ୍ଦ ରହିବ । ଦ୍ୱିପ୍ରହର ଧୂପ ସରିବା ପରେ ଦତ୍ତମହାପାତ୍ର ସେବକମାନେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ । ଏଥିପାଇଁ ଦତ୍ତମହାପାତ୍ର ସେବକ ପ୍ରାକୃତିକ ରଙ୍ଗ ପ୍ରସ୍ତୁତ କରିଥାନ୍ତି । ବନକଲାଗି ନୀତି କ’ଣ ? ଏହି ନୀତି କରୁଥିବା ସେବାୟତଙ୍କୁ ଦତ୍ତ ମହାପାତ୍ର କୁହାଯାଏ । ରଙ୍ଗପ୍ରସ୍ତୁତ କରିବା ଓ ବିଗ୍ରହରେ ଲଗାଇବା ଏମାନଙ୍କ କାମ । ମହାପ୍ରଭୁଙ୍କ ଲାଗି ଉର୍ଦ୍ଦିଷ୍ଟ ରଙ୍ଗଗୁଡିକ ପ୍ରସ୍ତୁତ ପାଇଁ ଭିତର ବେଢାର ଉତ୍ତର ପଟେ ଗୋଟିଏ କୋଠରୀ ରହିଛି । ଏହାକୁ ବନକଲାଗି ଘର କୁହାଯାଏ । ଶଙ୍ଖକୁ ଚୂର୍ଣ୍ଣ କରି ଧଳାରଙ୍ଗ, ହରିତାଳରୁ ହଳଦିଆ ଓ ହିଙ୍ଗୁଳରୁ କଳା ପ୍ରସ୍ତୁତ ହୁଏ । ଏସବୁ ରଙ୍ଗରେ କର୍ପୁର ଓ କସ୍ତୁରୀ ମିଶେ । କସ୍ତୁରୀ ଯୋଗୁଁ ମହାପ୍ରଭୁଙ୍କ ମୁଖମଣ୍ଡଳ ଉଜ୍ଜଳ ଓ ମସୃଣ ରହେ । ରତ୍ନସିଂହାସନ ଆଗରେ ଯେଉଁ ଭୋଗ ବଢାହୁଏ ତା’ର ଗରମବାଷ୍ପ ଯୋଗୁଁ ମୁଖମଣ୍ଡଳର ଉଜ୍ଜଳତା କମିଯାଏ ।

Related posts

ରାଇରଙ୍ଗପୁର ଠାରେ ଉପଖଣ୍ଡ ସ୍ତରୀୟ ମିଳିତ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ

mahabharatanews

ଗତ ୨୪ ଘଣ୍ଟାରେ ରାଜ୍ୟରୁ ୧୦୮ କରୋନା ସଂକ୍ରମିତ ଚିହ୍ନଟ

mahabharatanews

ପଶ୍ଚିମ ଓଡ଼ିଶା ବିକାଶ ପରିଷଦ ପାଣ୍ଠିରୁ ୧୪ କୋଟି ୭୦ ଲକ୍ଷ ଟଙ୍କା ବ୍ୟୟରେ ନିର୍ମିତ ୯ଟି ପ୍ରକଳ୍ପର ଶୁଭ ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ

mahabharatanews