ଓଡିଶା

ଆତ୍ମସମର୍ପଣ କଲେ ଫେରାର ୟୁଟ୍ୟୁବର ଦମ୍ପତି 

( ଯାଜପୁର) : ଆତ୍ମସମର୍ପଣ କଲେ ଚର୍ଚ୍ଚିତ ୟୁଟ୍ୟୁବର ଦମ୍ପତି । ଯାଜପୁର ରୋଡ଼ ବନ ବିଭାଗ କାର୍ଯ୍ୟାଳୟରେ ୟୁଟ୍ୟୁବର ମୋନାଲିସା ଭଦ୍ର ଓ ତାଙ୍କ ସ୍ୱାମୀ ବଦ୍ରି ନାରାୟଣ ଆତ୍ମସମର୍ପଣ କରିଛନ୍ତି । ତେବେ ମୋନାଲିସା ଭଦ୍ର ଓ ତାଙ୍କ ସ୍ୱାମୀ ବଦ୍ରି ନାରାୟଣ ଭଦ୍ର ଗିରଫ ଭୟରେ ଫେରାର ହୋଇଯାଇଥିଲେ । କିଛି ଦିନ ହେଲା ମୋନାଲିସା ଘରେ ମାଙ୍କଡ ରଖିବା ସହ ସୋସିଆଲ ମିଡିଆରେ ବନ୍ୟଜନ୍ତୁଙ୍କ ଫଟୋ ପୋଷ୍ଟ କରୁଥିଲେ । ଏନେଇ ତାଙ୍କୁ ବାରମ୍ବାର ତାଗିଦ କରିବା ସତ୍ୱେ ସେ କିଛି ଶୁଣିନଥିଲେ ।

ସୂଚନାନୁଯାୟୀ , ବନ୍ୟଜନ୍ତୁଙ୍କ ସହ ସାମାଜିକ ଗଣମାଧ୍ୟମରେ ଫୋଟୋ ଭିଡିଓ ସେୟାର କରିବା ଏବଂ ବନ୍ୟ ଜନ୍ତୁଙ୍କୁ ଘରେ ରଖିବା ଓ ସୋସିଆଲ ମିଡିଆରେ ସେମାନଙ୍କ ଫଟୋ, ଭିଡିଓ ପୋଷ୍ଟ କରିବା ଘଟଣାରେ ୟୁଟ୍ୟୁବର ମୋନାଲିସା ଭଦ୍ରଙ୍କ ଘରେ ଚଢାଉ କରଥିଲା ବନ ବିଭାଗ । ତାଙ୍କ ଘରୁ ମାଙ୍କଡକୁ ଉଦ୍ଧାର କରିଥିଲା ବନବିଭାଗ । ସୋମବାର ଦିନ ବନ ବିଭାଗ ପକ୍ଷରୁ ଦୁଇଟି ଟିମ ଗଠନ କରାଯାଇଥିଲା । ସେମାନଙ୍କ ବିରୋଧ ରେ ବନ ବିଭାଗ ପକ୍ଷରୁ କେଶ ନମ୍ବର 275/24ରେ ଏକ ମାମଲା ରୁଜୁ ହୋଇଛି ।

Related posts

ବିବାଦୀୟ ଅଡିଓ କ୍ଲିପ ମାମଲା: ଦୁଇ ବନ୍ଧୁଙ୍କୁ କୋର୍ଟ ଚାଲାଣ କରାଯିବ

mahabharatanews

ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଗିରଫ ହେଲେ ସୁବର୍ଣ୍ଣପୁର ଜିଲ୍ଲା ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ଅଧିକାରୀ ସୁରେଶ ପାଣିଗ୍ରାହୀ

mahabharatanews

ହୋଟେଲ୍ ଛାତରୁ ଖସି ପଡ଼ି ଯୁବକଙ୍କ ମୃତ୍ୟୁ

mahabharatanews