ଭାରତ

ଆଖି ବୁଜିଲେ ଗ୍ୟାଙ୍ଗଷ୍ଟାର ମୁଖତାର ଅନସାରୀ 

(ଦିଲ୍ଲୀ) : ଗ୍ୟାଙ୍ଗଷ୍ଟାରରୁ ରାଜନେତା ହୋଇଥିବା ମୁଖତାର ଅନସାରୀଙ୍କ ମୃତ୍ୟୁ । ହୃଦଘାତରେ ତାଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ଜେଲରେ ସ୍ୱାସ୍ଥ୍ୟବସ୍ଥା ଖରାପ ହେବାରୁ ତାଙ୍କୁ ବାନ୍ଦା ମେଡିକାଲ କଲେଜକୁ ଅଣାଯାଇଥିଲା । ସେଠାରେ ଚିକିତ୍ସାଧିନ ଅବସ୍ଥାରେ ମୃତ୍ୟୁ ହୋଇଛି ।

ସୂଚନାନୁଯାୟୀ ,ରମଜାନ ଚାଲିଥିବାରୁ ଜେଲରେ ଥାଇ ମଧ୍ୟ ମୁକ୍ତାର ଉପବାସ କରିଥିଲେ । ଦିନ ତମାମ ଉପବାସ କରିଥିବା ବେଳେ ସେ ସନ୍ଧ୍ୟାରେ ଏହାକୁ ଭଙ୍ଗ କରିଥିଲେ । କିନ୍ତୁ ହଠାତ ସେ ଉପବାସ ଭଙ୍ଗ କରିବା ମାତ୍ରେ ଅସୁସ୍ଥତା ଅନୁଭବ କରିଥିଲେ । ସେ ତଳେ ବସି ପଡ଼ିବା ସହ ବାନ୍ତି କରିବା ଆରମ୍ଭ କରିଥିଲେ । ସମୟକ୍ରମେ ସେ ତାଙ୍କ ଅବସ୍ଥା ଆହୁରି ଖରାପ ହୋଇ ଯାଇଥିଲା । ସେ ହାର୍ଟ ଆଟାକର ସାମନା କରିବାରୁ ତାଙ୍କୁ ବନ୍ଦା ମେଡିକାଲ କଲେଜ ଓ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । କିନ୍ତୁ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଛି ।

Related posts

ହାତରେ ରାକ୍ଷୀ ବାନ୍ଧିଲେ ପ୍ରଧାନମନ୍ତ୍ରୀ 

mahabharatanews

ଲେଫ୍ଟନାଣ୍ଟ ଜେନେରାଲ ମନୋଜ ପାଣ୍ଡେ ହେବେ ନୂତନ ସ୍ଥଳସେନା ମୂଖ୍ୟ

mahabharatanews

ବାତ୍ୟା ‘ବିପର୍ଯ୍ୟୟ’: ସମୀକ୍ଷ ବୈଠକ ଡାକିଲେ ପ୍ରଧାନମନ୍ତ୍ରୀ

mahabharatanews